ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ସୋମବାର ବିଧାନସଭା ବୈଠକ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି ।

Odisha Assembly

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଉପସ୍ଥିତ ଅଛନ୍ତି ।

ତେବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଠାତ୍ ନବୀନ ନିବାସରେ ପହଞ୍ଚି ଅନୁରୋଧ କରିଥିଲେ। ଏହାସହ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗ ଦେଇ ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଥିଲେ । ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇଛନ୍ତି ।

ବିରୋଧୀ ଦଳ ନେତା ଓଡ଼ିଶାର ବିକାଶ ପାଇଁ ଯେଉଁ ଗଠନ ମୂଳକ ପ୍ରସ୍ତାବ ଦେବେ ତାକୁ ବିଜେପି ସରକାର ସାଦରରେ ଗ୍ରହଣ କରିବେ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+