ବଜେଟ ଅଧିବେଶନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ
ଆସନ୍ତାକାଲିଠୁ ବିଧାନସଭା ଅଧିବେଶନ । ଏଥିପାଇଁ ଆଜି ବସିବ ସର୍ବଦଳୀୟ ବୈଠକ । ଦିନ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ବୈଠକ ବସିବ । ବଜେଟ ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ସମସ୍ତଙ୍କର ସହଯୋଗ ଲୋଡ଼ିବେ ବାଚସ୍ପତି ।

ବୈଠକ ପୂର୍ବରୁ ନିଯୁକ୍ତ ହେବେ ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକ । ଏହି ଦୁଇ ଗୁରୁତ୍ବପୂର୍ଣ୍ଣ ପଦବୀ କାହାକୁ ମିଳୁଛି ତାହା ଉପରେ ନଜର ରହିଛି । ଅନ୍ଯପଟେ ଆସନ୍ତା ୨୩ ତାରିଖରେ ଉପବାଚସ୍ପତି ପଦ ଲାଗି ନାମାଙ୍କନ ଦାଖଲ ହେବ ।
ସେହିଦିନ ୧୨ଟା ସୁଦ୍ଧା ନାମାଙ୍କନ ଦାଖଲ ସହ ୨୪ ତାରିଖରେ ଫଳାଫଳ ଘୋଷଣା କରାଯିବ । ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମଥର ପାଇଁ ବଜେଟ ଉପସ୍ଥାପନ କରିବେ । ରାଜ୍ୟରେ ନୂଆ ସରକାର ଆସିବା ପରେ ଏହା ପ୍ରଥମ ବଜେଟ ହେବ ।












Click it and Unblock the Notifications