Get Updates
Get notified of breaking news, exclusive insights, and must-see stories!

ଦୁର୍ଘଟଣାସ୍ଥଳକୁ ଗଲେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ତି, ସ୍ଥିତି ଅନୁଧ୍ୟାନ କରିବା ସହ ଆହତଙ୍କୁ ଭେଟିବେ

Andhra Pradesh Train Accident: ବିଶାଖାପାଟଣା-ପଲାସା ପାସଲଞ୍ଜର ଟ୍ରେନ୍ ଟ୍ରାକ୍‌ରେ ଥିବାବେଳେ, ବିଶାଖାପାଟଣା-ରାୟଗଡା ଟ୍ରେନ୍ ପଛରୁ ଧକ୍କା ଦେଇଥିଲା । ଫଳରେ 5 ଟି ବଗି କ୍ଷତିଗ୍ରସ୍ତ ହୋଇଥିଲା । ଏହା ସହ ଦୁର୍ଘଟଣାରେ ଅନେକ ଲୋକଙ୍କ ମୃତ୍ୟୁ ଘଟିବା ସହ ବହୁ ସଂଖ୍ୟାରେ ଲୋକ ଆହତ ମଧ୍ୟ ହୋଇଛନ୍ତି । ବର୍ତ୍ତମାନ ମଧ୍ୟ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ମଧ୍ୟ ଆଶଙ୍କା କରାଯାଉଛି । ସେହିପରି ଏବେ ମଧ୍ୟ ଟ୍ରେନ୍ ମଧ୍ୟରେ ଆହୁରି ଲୋକ ଫସି ରହିଥିବା ସୂଚନା ରହିଛି ।
ଏହାରି ମଧ୍ୟରେ ସ୍ଥିତି ପରଖିବା ପାଇଁ ଦୁର୍ଘଟଣା ସ୍ଥଳରେ ପହଞ୍ଚିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ମେଡିକାଲ ଯାଇ ଆହତଙ୍କୁ ଭେଟିବେ ରାଜସ୍ୱ ମନ୍ତ୍ରୀ । ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ତିଙ୍କ ସହ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ଏସଆରସି ଟିମ୍ ।

Sudam Marndi

ଏହି ରେଳ ଦୁର୍ଘଟଣା ପାଇଁ ହେଲପଲାଇନ୍ ନମ୍ବର ଜାରି କରାଯାଇଛି । ନମ୍ବର ଗୋଟିକ ହେଲା

ବିଶାଖାପାଟଣା କୋଚିଂ କଣ୍ଟ୍ରୋଲ ନଂ- 8978080939
ବିଶାଖାପାଟଣା ଷ୍ଟେସନ ନଂ- 0891-2746330, 8106053052
ହେଲପ୍‌ଲାଇନ୍ ନଂ- 0674-2301625, 2301525, 2303069
ଏଥିସହ ରାୟଗଡ଼ା ହେଲପ୍‌ଲାଇନ ନଂ- 9439741071, 7326812986 ନମ୍ୱର ଜାରି କରାଯାଇଛି ।

ଅପରପକ୍ଷରେ ପୂର୍ବତଟ ରେଳପଥ ମୁଖ୍ୟ ଲୋକସଂପର୍କ ଅଧିକାରୀ ବିଶ୍ୱଜିତ ସାହୁ କହିଛନ୍ତି, ଏହି ରେଳ ଦୁର୍ଘଟଣାରେ 11 ଜଣଙ୍କ ମୃତ୍ୟୁ ହୋଇଛି । 50 ଜଣ ଆହତ ହୋଇଛନ୍ତି । ଉଦ୍ଧାର କାମ ଜାରି ରହିଛି । ଅପରାହ୍ନ 4 ଟା ସୁଦ୍ଧା ମରାମତି କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି ।

ସୂଚନାଥାଉକି, 08532 ବିଶାଖାପାଟଣା-ପଲାସା ପାସଲଞ୍ଜର ଟ୍ରେନ୍ ଟ୍ରାକ୍‌ରେ ଥିବାବେଳେ 08504 ବିଶାଖାପାଟଣା-ରାୟଗଡା ଟ୍ରେନ୍ ପଛରୁ ଧକ୍କା ଦେଇଥିଲା । ଫଳରେ 5 ଟି ବଗି କ୍ଷତିଗ୍ରସ୍ତ ହୋଇଥିଲା । ଦୁର୍ଘଟଣା ଖବର ପାଇଁ ସ୍ଥାନୀୟ ପ୍ରଶାସନ ଓ ରେଳ ବିଭାଗ ପକ୍ଷରୁ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥଲା । ପରେ ଏଥିରେ ଏସ୍‌ ଡିଆରଏଫ୍ ଓ ଏନଡିଆରଏଫ୍ ଟିମ୍ ସାମିଲ ହୋଇଥିଲେ । ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ବିଜୟନଗରମ୍ ମେଡିକାଲରେ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+