ନୂଆ ବର୍ଷରେ ଚିହ୍ନଟ ହେଲେ ଆଉ 2 କରୋନା ଆକ୍ରନ୍ତ, 20 ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ 24 ଘଣ୍ଟାରେ ଆଉ 2 ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 20 ରେ ପହଞ୍ଚିଛି । ଏ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

corona virus

ଏଣେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, କୋଭିଡ ଟେଷ୍ଟିଙ୍ଗ ବଢ଼ିଛି । ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି । ତେଣୁ ଆତଙ୍କିତ ହେବାର ନାହିଁ । ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି ।

ଜାତୀୟସ୍ତରୀୟ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ହେଉଛନ୍ତି 92 % ରୁ ଉର୍ଦ୍ଧ୍ବ ହୋମ ଆଇସୋଲେସନରେ ଅଛନ୍ତି ।ଆଉ ଯେଉଁମାନେ ମେଡିକାଲରେ ଆଡମିଟ ହେଉଛନ୍ତି ଓ ମେଜରିଟି ଡେଥ ମଧ୍ୟ କୋମଅର୍ବିଟ କଣ୍ଡିସନ ପାଇଁ ହୋଇଛି । କୋଭିଡ ପାଇଁ ମେଡିକାଲରେ ଆଡମିଟ ହେବା ବହୁତ କମ । ବଢ଼ିବ ନ ବଢ଼ିବ ଏବେ କହିହେବନି । ସ୍ଥିତି ଉପରେ ନଜର ରଖାଯାଇଛି । ଯଦି ବଢ଼େ, ତେବେ ଭୟାବହତା ଆଶଙ୍କା କମ୍ ।

ସେପଟେ କରୋନା ଟେଷ୍ଟି ଉପରେ ଗୁରୁତ୍ୱ ଦିଆଯାଇଛି । ଯଦି କୌଣସି ବ୍ୟକ୍ତିଙ୍କୁ ଥଣ୍ଡା ଜ୍ୱର ଲାଗିରହୁଛି ସେମାନଙ୍କୁ ତୁରନ୍ତ ଟେଷ୍ଟ କରିବାକୁ ପରାମର୍ଶ ଦିଆଯାଇଛି । ପୂର୍ବ ଭଳି କରୋନା ଟେଷ୍ଟିଂ ସେଣ୍ଟର ସବୁବେଳେ ଖୋଲା ରହୁଥିବା ନେଇ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+