ରାଜ୍ୟରେ ଆଉ ୨୩ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ
ଓଡିଶାରେ ଓମିକ୍ରନ ଲହର । ଆଜି ପୁଣି ୨୩ ଓମିକ୍ରନ ଆକ୍ରାନ୍ତ ହେଲେ ଚିହ୍ନଟ। ଏନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର: ଓଡିଶାରେ ଓମିକ୍ରନ ଲହର । ଆଜି ପୁଣି ୨୩ ଓମିକ୍ରନ ଆକ୍ରାନ୍ତ ହେଲେ ଚିହ୍ନଟ। ଏନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଞ୍ଚିଛି। ଆଗରୁ ରାଜ୍ୟରେ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ପ୍ରତିଶତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ବାହାର ରାଜ୍ୟ କିମ୍ବା ଦେଶରୁ ଥିବାବେଳେ, ୫୦ ପ୍ରତିଶତ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡିଛି ।
ସୂଚନାଥାଉ କି, ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୭ ଜଣ ଅଛନ୍ତି। କ୍ୱାରେଣ୍ଟାଇନରୁ ୨୪୯ ଜଣ ଓ ୧୭୫ଟି ସ୍ଥାନୀୟ ମାମଲା ଚିହ୍ନଟ ହୋଇଛି ।
ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୫, ସୁନ୍ଦରଗଡ଼ରୁ ୩୮ ଓ ଷ୍ଟେଟ୍ପୁଲ୍ରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଢେଙ୍କାନାଳରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୮, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୧୪, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, ପୁରୀରୁ ୧୪, ରାୟଗଡ଼ାରୁ ୪ ଓ ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଏକମାତ୍ର ଜିଲ୍ଲା ଭାବେ କନ୍ଧମାଳ କୋଭିଡ୍ ମୁକ୍ତ ରହିଛି ।












Click it and Unblock the Notifications