ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା
ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା ଦିଆଯାଇଛି। ଦୀଘା ଜଗନ୍ନାଥ ମନ୍ଦିର 'ଦାରୁ' ବିବାଦକୁ ନେଇ ସିଂହଦ୍ବାର ଥାନାରେ ଏତଲା ହୋଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଓ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଏତଲା। ଜଗନ୍ନାଥ ସେନା ପକ୍ଷରୁ ଥାନାରେ ଏତଲା o କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି । କାଲି ଅନଲାଇନରେ ଏତଲା ଦେଇଥିଲେ ଆର୍ଟିଆଇ କର୍ମୀ ଜୟନ୍ତ ଦାସ ।

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଦିନ ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତତନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାର ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା କରାଯାଉ। କେହି ଦୋଷୀ ସାବ୍ୟସ୍ତ ହେଲେ ଦଣ୍ଡବିଧାନ ମଧ୍ୟ କରାଯାଉ ବୋଲି ସେ ଏକ ଚିଠି ଲେଖିଛନ୍ତି। ଗତ କିଛିଦିନଧରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛି ଦିନ ଧରି ଦ୍ବନ୍ଦାତ୍ମକ ତଥ୍ୟ ସବୁ ଗଣମାଧ୍ୟମରେ ପ୍ରଚାରିତ ହେଉଛି । ପଶ୍ଚିମବଙ୍ଗର ଦୀଘା ଠାରେ ଶ୍ରୀ ଜଗନ୍ନାଥଙ୍କର ମନ୍ଦିର ନିର୍ମାଣ, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଇତ୍ୟାଦି ବାବଦରେ ଚର୍ଚ୍ଚା ବିଷୟ ସଂପୂର୍ଣ୍ଣ ଅଗ୍ରହଣୀୟ ଅଟେ ଏବଂ ଏଭଳି କଥାଗୁଡ଼ିକ ଜଗନ୍ନାଥପ୍ରେମୀ, ଭକ୍ତ ସମାଜ ଓ ଓଡ଼ିଶାର ସାଢ଼େ ଚାରିକୋଟି ଜନତାଙ୍କ ମନରେ କଷ୍ଟ ଦେଇଛି ବୋଲି ଅନୁଭବ ହେଉଛି।












Click it and Unblock the Notifications