ପୁଣି ବାତ୍ୟା ଆଶଙ୍କା; ରାଜ୍ୟରେ ପ୍ରବଳ ବର୍ଷା, ମନ୍ତ୍ରୀ କହିଲେ ଆମେ ପ୍ରସ୍ତୁତ

ବଙ୍ଗୋପସାଗରରେ ପୁଣି ଏକ ବାତ୍ୟାର ଆଶଙ୍କା ସୃଷ୍ଟି ହୋଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି।

ଏହା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ଥିବାରୁ ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ଯେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ପ୍ରଣାଳୀର ଗତିପଥ ଓ ତୀବ୍ରତା ସମ୍ପର୍କରେ ଅଧିକ ସ୍ପଷ୍ଟ ସୂଚନା ମିଳିବ। ସମସ୍ତଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Another cyclone is feared in the Bay of Benga

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା। ଆନ୍ଧ୍ର ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବ । ୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ । ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ।

୨୭ରେ ବାତ୍ୟା ଆଶଙ୍କା । ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବା ସମ୍ଭାବନା ।

ଆସନ୍ତାକାଲି ସୁଦ୍ଧା ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଆହୁରି ଘନୀଭୂତ ହୋଇ ୨୬ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହେବ । ୨୭ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ । ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣ-ପଶ୍ଚିମ ଓ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ। ଏବେ ପଶ୍ଚିମ-ଉଚ୍ଚପଶ୍ଚିମ ଦିଗରେ ଧୀରେ ଧୀରେ ଗତି କରୁଛି ଲଘୁଚାପ ।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ। ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+