୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା , ୩ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ଜୁଲାଇ ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀ ସୂଚନା ଦେଇଛନ୍ତି। ତାଙ୍କ କହିବା କଥା ଯେ ୩ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ୩୧ରୁ ୨ ଯାଏ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।

ଏହାବାଦ ଆସନ୍ତା ୨୪ ଘଣ୍ଟା ଯାଏ ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୬ ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି।

୩୧ ତାରିଖ ସକାଳ ୮.୩୦ ଯାଏ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ସେସବୁ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଦେବଗଡ଼, ମାଲକାନାଗିରି, କୋରାପୁଟ ଓ ରାୟଗଡ଼ା। ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଠାରେ ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+