ଆହୁରି ବର୍ଷିବ, ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ !
ଆସନ୍ତା ୧୭ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଇଏମ୍ଡି ସୂଚନା ଦେଇଛି । ଏହା ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଇଏମ୍ଡି ସୂଚନା ଦେଇଛି । ଏହା ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଉ ଏମିତି ହେଲେ ରାଜ୍ୟର ଅନେକ ନଦୀ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି ।

ସେପ୍ଟେମ୍ବର 17 ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ସେପ୍ଟେମ୍ବର 18 ସୁଦ୍ଧା ଓଡିଶା ଉପକୂଳରେ ପହଞ୍ଚିପାରେ ବୋଲି ଆଜି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।
ତେବେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଏବଂ କେନ୍ଦୁଝର ମଧ୍ୟ ଦେଇ ଉତ୍ତର ଛତିଶଗଡ଼ ଆଡକୁ ଗତି କରୁଛି । ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆରମ୍ଭ ହୋଇଛି । ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଏବେ ବି ଉତ୍ତର ଓଡ଼ିଶାରେ ସକ୍ରିୟ ରହିଛି ।
ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଝାରସୁଗୁଡା ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କଟକରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।












Click it and Unblock the Notifications