ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ; ୧୨ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ । ଏବେ ୧୨ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ। ରବିବାର ୫ଟି, ଗତକାଲି ୩ଟି ଓ ଆଜି ୪ଟି ଗେଟ୍ ଖୋଲିଛି। ରବିବାର ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା ପରେ ହୀରାକୁଦ ଜଳଭଣ୍ଡାର ପର୍ଯ୍ୟାୟ‌କ୍ରମେ ୫ଟି ଗେଟ୍ ଖୋଲାଯାଇଥିଲା।

ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୪.୦୪ ଫୁଟ୍‌ ରହିଛି। ହୀରାକୁଦକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୦ ହଜାର ୭୯୯ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିପରି ୧ ଲକ୍ଷ ୫୮ ହଜାର ୮୨୫ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

hirakud

ଏବେ କଲମାର ୬୬ଟି ଗେଟ୍ ଖୋଲା ରହିଛି । ଜୁନ୍ ୧୬ ତାରିଖରେ ଅକ୍ଟୋବର ୧ ତାରିଖ ଯାଏଁ କଲମାର ସମସ୍ତ ଗେଟ୍ ଖୋଲା ରହେ । ଏହାର ଉପରମୁଣ୍ଡରେ ଥିବା ବ୍ୟାରେଜ୍, ଡ୍ୟାମ୍ ଏବଂ ତାର ଅବବାହିକାରେ ଯେତେ ପାଣି ଆସିଥାଏ, ସେସବୁ ପାଣି ଏହି ସମୟରେ ନିଷ୍କାସନ କରାଯାଏ ।

ସେପଟେ ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଲଘୁଚାପ କ୍ଷେତ୍ର। ଗତକାଲି ସନ୍ଧ୍ୟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହାର ପ୍ରଭାବରେ ଆଜିଠୁ ୩ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଜିଠୁ ୨୭ ତାରିଖ ଯାଏଁ ପ୍ରବଳ ବର୍ଷାର ଚେତାବନୀ ଦେଇଛି ପାଣିପାଗ ବିଭାଗ । ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ୨୫ ତାରିଖରୁ ୨୭ ତାରିଖ ମଧ୍ୟରେ ମତ୍ସଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+