ବଙ୍ଗୋପସାଗର ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର
ବଙ୍ଗୋପସାଗର ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ ।
୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ।

ଲଘୁଚାପଟି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି ସହ ଆହୁରି ଘନୀଭୂତ ହେବାର ଆକଳନ କରିଛି ପାଣିପାଗ ବିଭାଗ । ଏହା ସହ ଆସନ୍ତା 26 ବେଳକୁ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ 4ରୁ 5 ଦିନ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଆଗାମୀ ୨୪ ଘଣ୍ଟାରେ ସମ୍ଭାବ୍ୟ ବାତ୍ୟା ନେଇ ଅଧିକ ସ୍ପଷ୍ଟ ହେବ । ତେବେ ବାତ୍ୟା ମାସ ଅକ୍ଟୋବର ଶେଷ ଆଡକୁ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ଆଣିବା ନେଇ ଆଶଙ୍କା ବଢିଛି ।
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
24 October Rain Alert:
ଆଜି 11 ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସହ ଘଣ୍ଟାପ୍ରତି 30-40 କିମି ବେଗରେ ପବନ ବହିବା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଉଛି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ।
Rain to Increase In 25 & 26 October:
ଲଘୁଚାପ ପ୍ରଭାବରେ 25 ଓ 26 ତାରିଖରୁ ବର୍ଷାର ପରିମାଣ ବଢ଼ିବ । ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନାକୁ ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, ବୌଦ୍ଧ, ବଲାଙ୍ଗୀର ଓ ସୋନପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପବନ 30-40 କିମି ବେଗରେ ବହିବ ।
ଲଘୁଚାପ ପ୍ରଭାବରେ 27ରୁ ବଢିପାରେ ବର୍ଷା:
ରାଜ୍ୟର ଅନେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ଆସନ୍ତା 27 ଓ 28ରେ ବର୍ଷା ବଢିବାର ସମ୍ଭାବନା ରହିଛି ।
5 ରୁ 7 ଦିନ ବର୍ଷା ସମ୍ଭାବନା, ଚାଷୀ ରୁହନ୍ତୁ ସତର୍କ:
ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ୫-୭ ଦିନ ରହିବ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବର୍ଷାର ପ୍ରଭାବ ରହିବ । ବିଜୁଳି, ଘଡଘଡି ଓ ଝଟକା ପବନ ସମ୍ଭାବନା ଥିବା ବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି ।












Click it and Unblock the Notifications