ଆସନ୍ତା ୯ ରେ ଆଉ ଏକ ଲଘୁଚାପ ସମ୍ଭାବନା; ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ପଛକୁ ପଛ ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ । ଅକ୍ଟୋବର ୯ରେ ଆଉ ଏକ ଲଘୁଚାପ ସମ୍ଭାବନା । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ।

ଏପଟେ ଆଜି ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ସେହିପରି ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Another low pressure

ମୌସୁମୀ ଆସିବାଠାରୁ ଏପର୍ଯ୍ୟନ୍ତ ୧୬ଟି ଲଘୁଚାପ ରାଜ୍ୟକୁ ପ୍ରଭାବିତ କରିଛି। ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ନେଇ ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ବର୍ଷାର ପରିମାଣ କମ୍‌ ରହିଥିଲେ ହେଁ ରବିବାର ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ନବରଙ୍ଗପୁର, ନୂଆପଡ଼ାରେ ପବନ ଓ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଝଟକା ପବନ ସହିତ ଘଡ଼ଘଡ଼ି ଓ ବର୍ଷା ହେବାର ଆକଳନ କରାଯାଇଛି।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା । ଉପକୂଳରୁ ଦକ୍ଷିଣ ସବୁଠି ଦେଖିବାକୁ ମିଳିଛି ବର୍ଷା ବିପତ୍ତି । ରାଜ୍ୟରେ ଅନେକ ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ ପାହାଡ଼ିଆ ଅଞ୍ଚଳ ତଥା ଗଜପତି ଜିଲ୍ଲାରେ ଦେଖିବାକୁ ମିଳିଛି ଭୂସ୍ଖଳନ । ସେପଟେ ଗଭୀର ଅବପାତଟି କ୍ରମଶଃ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହେବ ।

ମିପାରେ ବର୍ଷର ପରିମାଣ । ଆସନ୍ତାକାଲି ପାଇଁ କୌଣସି ୱାର୍ଣ୍ଣିଂ ନଥିବାବେଳେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଗତ ୬ ଘଣ୍ଟା ମଧ୍ୟରେ ୧୦ କିଲୋମିଟର ଘଣ୍ଟା ବେଗରେ ଉତ୍ତର-ଉତ୍ତରପଶ୍ଚିମ ଆଡକୁ ଗତି କରି ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଥିଲା । ବର୍ତ୍ତମାନ ଏହା ଆଭ୍ୟନ୍ତରୀଣ ଓଡ଼ିଶାରେ ଉତ୍ତର-ଉତ୍ତରପଶ୍ଚିମ ଆଡକୁ ଗତି କରି ଆଗାମୀ ୧୨ ଘଣ୍ଟା ମଧ୍ୟରେ ଧିରେ ଧିରେ ଦୁର୍ବଳ ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+