ପୁଣି ଆଉ ଏକ ଲଘୁଚାପ ସମ୍ଭାବନା, ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି
ଗଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ସକ୍ରିୟ ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ର ରୂପ ନେବ। ପ୍ରଭାବ ରେ ଆସନ୍ତା କାଲି ସକାଳ ପର୍ୟ୍ୟନ୍ତ ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା।
ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, ବାଲେଶ୍ଵର, ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଚି।












Click it and Unblock the Notifications