ପୁଣି ଏକ ଲଘୁଚାପ ଆଶଙ୍କା, ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏଥିସହ ଦକ୍ଷିଣ ଉପକୂଳ ମିଆଁମାର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ରହିଛି । ଉଭୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ସମ୍ଭାବନା ରହିଛି ।

rain

ଉପକୂଳ ଓ ଦକ୍ଷିଣ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ନୟାଗଡ଼, ନୂଆପଡ଼ା ଜିଲ୍ଲାରେ ଘଡ଼ଘଡି ସହ ପ୍ରବଳ ବର୍ଷାର ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପରବର୍ତ୍ତୀ ସମୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

୨୪ ତାରିଖ ସକାଳରୁ ୨୬ ତାରିଖ ପୂର୍ବାହ୍ନ ଯାଏଁ ଦକ୍ଷିଣ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ ବର୍ଷାର ପ୍ରଭାବ ଲାଗି ରହିବ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+