ଆସୁଛି ଆଉ ଏକ ଲଘୁଚାପ,୨୨ରୁ ବଢିବ ବର୍ଷାର ପରିମାଣ
Odisha Weather: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୨ ତାରିଖରୁ ବଢିବା ବର୍ଷାର ପରିମାଣ । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଛି ସୂଚନା । ତେବେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲଘୁଚାପର ପ୍ରଭାବ ଦେଖିବା ପାଇଁ ମିଳୁଛି । ଏହି ସମୟରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଉଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର -ପଶ୍ଚିମ ପଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଯାହା ପ୍ରଭାବରେ ୨୨ ତାରିଖକେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତି ଆଜି ଜିଲ୍ଲାକୁ ସତର୍କ ସୂଚନା ଜରି କରାଯାଇଛି ।












Click it and Unblock the Notifications