ଆସନ୍ତାକାଲି ପୁଣି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା

ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତାକାମଜଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଆଜି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୨୧ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

rain

ସେହିପରି ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ବରରେ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୧୧ ସେଣ୍ଟିମିଟର ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି ହୋଇଛି । ବାକି ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+