ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ, ଆଜି ଅଂଶୁଘାତରେ ଗଲା ଆଉ ଜଣଙ୍କ ଜୀବନ

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ଖରା ସହ ଗୁଳୁଗୁଳିରେ ବଳବଲ୍ ହେଉଛନ୍ତି ସାରା ରାଜ୍ୟ ବାସୀ। ଏହି ପାଇଁ ପାଣି ପାଗ ବିଭାଗ ମଧ୍ୟ ବାରମ୍ବାର ସତର୍କ ସୂଚନା ଜାରି କରୁଛନ୍ତି । ଏହି ସମୟରେ ରାଜ୍ୟ ଅଂଶୁଘାତ ଜଣଙ୍କର ଜୀବନ ନେଇଛି । ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲ୍ଲାର। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

weather

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୬୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଞ୍ଜରେ ୪୦ ଆକ୍ରାନ୍ତ ହୋଇଛନ୍ତି। କିଛିଦିନ ପୂର୍ବରୁ ବାଲେଶ୍ୱରରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିଲା।

ସୂଚନାଯୋଗ୍ୟ, କିଛି ଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରି ଜାରିଛି। ତତଲା କଡ଼େଇରେ ସିଝି ତ୍ରାହି ତ୍ରାହି ଡାକୁଛନ୍ତି ରାଜ୍ୟବାସୀ। ସକାଳ ୮ଟାରୁ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ। ମେ ୨ ତାରିଖରରୁ ୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସାମୁଦ୍ରିକ ଝଡ଼ର ପ୍ରଭାବ ରହିବ। ଏହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବା ସହ ଆଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+