ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ଚିହ୍ନଟ ହେଲେ ଆଉ 3 ଆକ୍ରାନ୍ତ
ଭୁବନେଶ୍ୱର: ଘାରିଛି ସ୍କ୍ରବ୍ ଟାଇଫସ୍ ଚିନ୍ତା । ରାଜ୍ୟରେ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏହି ସମୟରେ ସୁନ୍ଦରଗଡ଼ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି ଆଉ ତିନି ଜଣ ଆକ୍ରାନ୍ତ । ଏହା ପୂର୍ବରୁ ଶନିବାର ହୋଇଥିବା ନମୁନା ପରୀକ୍ଷାରେ 11 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହା ପରେ ଜିଲ୍ଲାବାସୀ ଛାନିଆ ହୋଇ ଯାଇଛନ୍ତି ।

ଗତକାଲି ପରୀକ୍ଷା ପାଇଁ ପଠାଯାଇଥିବା ନମୁନା ମଧ୍ୟରୁ 3 ଟି ନମୁନା ପଜିଟିଭ୍ ଆସିଛି । ଫଳରେ ଏବେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା 183 ରେ ପହଞ୍ଚିଛି ।
ଜିଲ୍ଲାବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ ମହଜୁଦ ରଖାଯାଇଛି । ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି । ତେଣୁ ଭୟଭୀତ ନ ହେବାକୁ ସେ ଜିଲ୍ଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି ।
ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍ସ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି । ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ । କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପରେ କଳା ପଡ଼ିଯାଏ । ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି କହିଛନ୍ତି ଡାକ୍ତର ।
-
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ












Click it and Unblock the Notifications