ଶିମିଳିପାଳକୁ ଆସିବ ଆଉ ଏକ ମହାବଳ; ମହାରାଷ୍ଟ୍ର ଗଲା ଟିମ୍

ପୁଣି ଶିମିଳିପାଳକୁ ଆସିବ ମହାବଳ। ଦ୍ୱିତୀୟ ପର୍ଯ୍ୟାୟ ବାଘୁଣୀକୁ ଆଣିବା ପ୍ରକିୟା ଆରମ୍ଭ ହୋଇଛି। ଏଥିପାଇଁ ଏକ ୧୦ ଜଣିଆ ସ୍ୱତନ୍ତ୍ର ଟିମ ମହାରାଷ୍ଟ୍ର ଯାଇଛି। ସେମାନେ ତଡବା ଜଙ୍ଗଲରେ ରହି ମହାବଳର ଅନୁଧ୍ୟାନ କରିବେ। ଆସନ୍ତା ସପ୍ତାହରେ ମହାବଳ ବାଘୁଣୀକୁ ଶିମିଳିପାଳ ଅଣାଯିବ ବୋଲି ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ଗତ ୨୮ ତାରିଖରେ ମହାରାଷ୍ଟ୍ରର ତଡବା ଜଙ୍ଗଲରୁ ବାଘୁଣୀ ଯମୁନାକୁ ଅଣାଯାଇଥିଲା ଶିମିଳିପାଳ। ୨୯ରେ ବାଘୁଣୀକୁ ଶିମିଳିପାଳ ଅଭୟାରଣ୍ୟର ସ୍ୱତନ୍ତ୍ର ଏନକ୍ଲୋଜର ଭିତରେ ଛଡ଼ା ଯାଇଥିଲା। କିଛି ଦିନ ତଳେ ବାରହା ଶିକାର କରି ଖାଇଥିଲା ଯମୁନା।

tigress

ରାଜ୍ୟରେ ବର୍ତ୍ତମାନ ମୋଟ ୩୦ଟି ମହାବଳ ବାଘ ଥିବା ବେଳେ ତା'ମଧ୍ୟରୁ ୨୭ଟି ଅଛନ୍ତି ଶିମିଳିପାଳ ଅଭୟାରଣ୍ୟରେ। ଏହି ୨୭ଟି ଭିତରୁ ୧୩ଟି ହେଉଛି କଳା ମେଲାନିଷ୍ଟିକ ବାଘ। ତେବେ ଜେନେଟିକ୍ ଇନବ୍ରିଡିଂକୁ ରୋକିବା ସହ ମହାବଳ ବଂଶ ବିସ୍ତାର ପାଇଁ ବନବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+