ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍ ଟେକ୍ନୋଲୋଜି; ଡ୍ରୋନ୍ ଉଡ଼ିବା ପରେ ଏହାକୁ ଖସାଇ ଦିଆଯାଇ ପାରିବ
ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍ ଟେକ୍ନୋଲୋଜି। ଏନେଇ ବିଚାର ଚାଲିଥିବା କହିଲେ ଆଇନ ମନ୍ତ୍ରୀ। ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ୍ ବିଭାଗ । ଡ୍ରୋନ୍ ଉଡ଼ିବା ପରେ ଏହାକୁ ଖସାଇ ଦିଆଯାଇ ପାରିବ। ଆବଶ୍ୟକ ପଡ଼ିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ ।
ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ । ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ମିଳିବ ସହାୟତା । ଅନେକ ଆବେଦନ ଆସିଛି, ଯେଉଁମାନେ କରିନାହାନ୍ତି ବିଚାର ହେବ।












Click it and Unblock the Notifications