ଟିକେଟ କଟିବା ପରେ ବିଜେଡିରୁ ଇସ୍ତଫା ଦେଲେ ଅନୁଭବ
ଭୁବନେଶ୍ୱର: ଟିକେଟ୍ ନମିଳିବା ପରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ଅନୁଭବ ପଟ୍ଟନାୟକ । ଖଣ୍ଡପଡା ଆସନରୁ ଟିକେଟ ଆଶାୟୀ ଥିବା ଅନୁଭବ ପଟ୍ଟନାୟକ, ଟିକେଟ୍ ପାଇବାରୁ ବଞ୍ଚିତ ହେବା ପରେ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି ।
ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାବିତ୍ରୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ଅନୁଭବ ନିରାଶ ହୋଇଛନ୍ତି । ଏଥିରେ ବିମୁଖ ହୋଇ ଅନୁଭବ ବିଜେଡି ଛାଡ଼ିଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି । ନିଜ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି, ଦୀର୍ଘ ୪୦ ବର୍ଷ ହେଲା ତାଙ୍କ ପରିବାର ଖଣ୍ଡପଡାରେ ଦଳର ସଙ୍ଗଠନକୁ ସୁଦୃଢ କରିବାକୁ ଚେଷ୍ଟିତ ରହିଚନ୍ତି । ପ୍ରତି ନିର୍ବାଚନରେ ମଧ୍ୟ ସେ ଦଳକୁ ଜିତାଇବାକୁ କାମ କରିଛନ୍ତି ।

ହେଲେ ଏହାସତ୍ତ୍ୱେ ମଧ୍ୟ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇନଥିଲା । ହେଲେ ତା ପରେ ବି ସେ ଦଳ ପାଇ ନିଜର କର୍ତ୍ତବ୍ୟ ପାଳନ କରିଆସୁଥିଲେ । ଖାଲି ସେତିକି ନୁହେଁ, ୨୦୨୪ରେ ମଧ୍ୟ ତାଙ୍କ ପ୍ରତି ପୁଣିଥରେ ଅନ୍ୟାୟ କରାଯାଇଛି । ଖଣ୍ଡପଡାରୁ ଦଳୀୟ ପ୍ରାର୍ଥୀ ଭାବେ ଲଢିବାରୁ ତାଙ୍କୁ ବଞ୍ଚିତ କରାଯାଇଛି












Click it and Unblock the Notifications