ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ବର: ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ନିଜ ଲୋକସଭା କ୍ଷେତ୍ରର କେତେକ ଅଞ୍ଚଳରେ ରିଗିଂ ଆଶଙ୍କା କରି ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭୁବନେଶ୍ବର ସାଂସଦ ତଥା ବିଜେପିର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖିଛନ୍ତି ଦୁଇଜଣ ଅବସରପ୍ରାପ୍ତ ପୁଲିସ ଅଫିସରଙ୍କ ଭୂମିକାକୁ ସନ୍ଦେହ କରିବା ସହ ରିଗିଂ ଆଶଙ୍କା କରି ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖିଛନ୍ତି। ସେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ (ସିଏପିଏଫ୍) ମୁତୟନ ଦାବି କରିଛନ୍ତି।

ଦୁଇ ଅବସରପ୍ରାପ୍ତ ପୁଲିସ ଅଫିସର ନଗେନ୍ଦ୍ର ମୁଣ୍ଡ ଓ ଶାନ୍ତନୁ ଦାସଙ୍କ ଭୂମିକାକୁ ସନ୍ଦେହ କରି ସେ ଏଭଳି ଚିଠି ଲେଖିବା ଜଣାଯାଇଛି। ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ପାଇଥିବା ନେଇ ସେ ଚିଠିରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅବଗତ କରିଛନ୍ତି। ଏଣୁ ମଧ୍ୟ ଭୁବନେଶ୍ୱରର ୱାର୍ଡ ନଂ ୪୬, ବାୟାବାବା ମଠ ଅଞ୍ଚଳ, ସହିଦନଗର, ୟୁନିଟ୍-୮, ମାଳିସାହି ଅଞ୍ଚଳ ଓ ଖୋର୍ଦ୍ଧା ସହରାଞ୍ଚଳରେ ରିଗିଂ ଆଶଙ୍କା ପ୍ରକଟ କରି ସେସବୁ ସ୍ଥାନରେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ ମୁତୟନ କରାଯିବାକୁ ଦାବି କରିଛନ୍ତି ଅପରାଜିତା ଷଡ଼ଙ୍ଗୀ।
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଆସନ୍ତାକାଲି ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ସମେତ ଏହା ଅନ୍ତର୍ଗତ ସମସ୍ତ ୭ ବିଧାନସଭା ଆସନ ପାଇଁ ମତଦାନ କରାଯିବ।
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications