OISFର ଆଉ ଏକ ବାଟାଲିଅନ ଗଠନକୁ ମଞ୍ଜୁରୀ, ୧୦୪୦ ପଦବୀ ହେବ ସୃଷ୍ଟି

ରାଜ୍ୟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଉ ଏକ ବାଟାଲିଅନ ହେବ । ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମଞ୍ଜୁରି ମିଳିଛି । ନୂଆ ବାଟାଲିଅନ ପାଇଁ ମୋଟ୍ ୧୦୪୦ଟି ପଦବୀ ସୃଷ୍ଟି ହେବ ବୋଲି ସୂଚନା ମିଳିଛି । ତେବେ ବର୍ତ୍ତମାନ ରାଜ୍ୟରେ OISFର ଗୋଟିଏ ବାଟାଲିଅନ ଅଛି ।

ସୂଚନାଯୋଗ୍ୟ, ରାଜ୍ୟରେ ଓଆଇଏସ୍‌ଏଫ୍‌ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ ରହିଛି। ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ। ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ହେବ।

mohan majhi

ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+