୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ୪୪,୭୯୩ କୋଟି ନିବେଶ, ୨୩ ହଜାର ନୂଆ ନିଯୁକ୍ତି ସମ୍ଭାବନା
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ୩୮ତମ ହାଇଲେଭଲ କ୍ଲିଅରାନ୍ସ ଅଥରିଟି ବୈଠକ । ବୈଠକରେ ରିଫାଇନାରୀ ଓ ପେଟ୍ରୋକେମିକାଲ, ଗ୍ରୀନ ଏନର୍ଜି ଉପକରଣ, ଷ୍ଟିଲ ଆଣ୍ଡ କେମିକାଲସ, ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଆସିଥିବା ନିବେଶ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ରାଜ୍ୟରେ ୪୪ ହଜାର ୭୯୩ କୋଟି ୩ ଲକ୍ଷ ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଅନୁମୋଦନ ମିଳିଛି । ଏହା ଦ୍ୱାରା ଆଉ ୨୩୦୦୫ ଜଣଙ୍କୁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହି ପୁଞ୍ଜିନିବେଶ ରାଜ୍ୟର ୩ଟି ଜିଲ୍ଲାରେ ଶିଳ୍ପ ପ୍ରକଳ୍ପରେ ହେବ ।
ଯାଜପୁର ଓ କଟକ ଜିଲ୍ଲାରେ ୨ଟି ଲେଖାଏଁ ଓ ଢେଙ୍କାନାଳରେ ଗୋଟିଏ ଶିଳ୍ପ ପ୍ରକଳ୍ପକୁ ମିଶାଇ ମୋଟ ୫ଟି ଶିଳ୍ପ ପ୍ରକଳ୍ପରେ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଯାହା ଓଡ଼ିଶାରେ ଶିଳ୍ପ ଓ ଆର୍ଥିକ ଭିତ୍ତିଭୂମିକୁ ଗତିଶୀଳ କରାଇବ । ଉତ୍କର୍ଷ ଓଡ଼ିଶା - ୨୦୨୫ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ଆୟୋଜିତ ରୋଡ ଶୋ'ବେଳେ ଏହି ପ୍ରସ୍ତାବ ଆସିଥିଲା ।

ମଞ୍ଜୁରୀ ପାଇଥିବା ପ୍ରକଳ୍ପଗୁଡିକ ମଧ୍ୟରେ ଅଛି ଯାଜପୁର ଜିଲ୍ଲାରେ ପ୍ରସ୍ତାବିତ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ଲିମିଟେଡର ୪ ନିୟୁତ ମେଟ୍ରିକ ଟନ କ୍ଷମତା ସମ୍ପନ୍ନ ଅଶୋଧିତ ତୈଳ ଷ୍ଟୋରେଜ ପ୍ରକଳ୍ପ । ଏହି ପ୍ରକଳ୍ପ ପାଇଁ ୮ ହଜାର ୭୪୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବ । ଫଳରେ ୫ ହଜାର ୧୩୦ ଜଣଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଟାଟା ଷ୍ଟିଲ ପକ୍ଷରୁ ଯାଜପୁରରେ ଥିବା କୋଲ୍ଡ ରୋଲ୍ଡ ଓ ପେଲେଟ ଫ୍ୟାକ୍ଟିର ସଂପ୍ରସାରଣ ହେବ । ଏଥିପାଇଁ ୨୬ ହଜାର ୧୭୫ କୋଟି ଟଙ୍କାର ପୁଞ୍ଜିନିବେଶ ହେବ । ୮ ହଜାର ନିଯୁକ୍ତି ସୁଯୋଗ ରହିବ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications