Arabinda K Padhee: ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ହେଲେ ଅରବିନ୍ଦ ପାଢ଼ୀ
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହୋଇଛନ୍ତି ଅରବିନ୍ଦ ପାଢ଼ୀ । ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିକ୍ରମ ଯାଦବଙ୍କୁ ଏହି ପଦରୁ ହଟାଇ ୧୯୯୬ ବ୍ୟାଚର ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର।
୨୦୧୪ରେ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଅନେକ ଅନୁଭୂତି ଓ ଅଭିଜ୍ଞତା ରହିଛି। ମଙ୍ଗଳବାର ପହଣ୍ଡି ବେଳେ ବଡଠାକୁର ହାମୁଡାଇ ପଡ଼ିବା ଏବଂ ରଥଟଣା ବେଳେ ଭିଡ଼ରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେବା ସହ ଠେଲାପେଲାରେ ଅନେକ ଆହତ ହୋଇଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନର ବ୍ୟବସ୍ଥା ଉପରେ ଅନେକ ପ୍ରଶ୍ନ ଉଠିଥିଲା। ଏହାରି ଭିତରେ ଅରବିନ୍ଦ ପାଢୀଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ସରକାର।{image--20240712-083919-0000-1720753879.jpg odia.oneindia.com
ଏହାପୂର୍ବରୁ ୨୦୧୨ରୁ ୨୦୧୪ରେ ଅରବିନ୍ଦ ପାଢ଼ୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିଲେ। ଏହା ମହାପ୍ରଭୁଙ୍କ ଇଚ୍ଛା ବୋଲି ଦାୟିତ୍ବ ମିଳିବା ପରେ ଅରବିନ୍ଦ ପାଢ଼ୀ ପ୍ରତିକ୍ରିୟା ରଖିଛନ୍ତି। ନୀତିକାନ୍ତିର ଶୃଙ୍ଖଳା ଓ ମହାପ୍ରଭୁଙ୍କ ପ୍ରଚାର ପ୍ରସାର ଉପରେ ଗୁରୁତ୍ବ ଦେବେ ବୋଲି ସେ ପ୍ରକାଶ କରିଛନ୍ତି।
ବର୍ତ୍ତମାନ ଡ. ଅରବିନ୍ଦ ପାଢ଼ୀ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ରହିଛନ୍ତି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀଙ୍କୁ ଗୁରୁବାର ନିଯୁକ୍ତି ଦିଆଯାଇଛି। ଏନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ଆନୁଷ୍ଠାନିକ ଭାବେ ଏକ ବିଜ୍ଞପ୍ତି ଜାରି କରାଯାଇଛି।
ଉଲ୍ଲେଖଯୋଗ୍ୟ, ନିକଟରେ ପହଣ୍ଡି ବେଳେ ବଡଠାକୁର ହାମୁଡାଇ ହୋଇ ପଡ଼ିଯାଇଥିଲେ। ସେହିପରି ରଥଟାଣିବା ବେଳେ ଭିଡରେ ଜଣେ ବଲାଙ୍ଗୀର ସଇଁତଳାର ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିବା ସହ ଠେଲାପେଲାରେ ଅନେକ ଆହତ ହୋଇଥିଲେ।












Click it and Unblock the Notifications