For Quick Alerts
Turn On Notification  
For Daily Alerts
Oneindia App Download

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: EDରେ ହାଜର ହେଲେ ନାହିଁ ଅକ୍ଷୟ ପରିଜା

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: EDରେ ହାଜର ହେଲେ ନାହିଁ ଅକ୍ଷୟ ପରିଜା

|

ଭୁବନେଶ୍ୱର: ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା । ଭୁବନେଶ୍ୱର ED ଅଫିସରେ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ଓକିଲ । ଆଜି ହାଜର ହେବା ପାଇଁ ଚଳଚ୍ଚିତ୍ର ନିର୍ମାତା ଅକ୍ଷୟ ପରିଜାଙ୍କୁ ନୋଟିସ୍ କରିଥିଲା ଇଡି । ହେଲେ ସେ ବ୍ୟକ୍ତିଗତ ଭାବେ ହାଜର ହୋଇନଥିଲେ । ତାଙ୍କ ବଦଳରେ ଓକିଲ ଆକାଶ ଭୂୟାଁ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି । ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ନଥିବା ଦର୍ଶାଇ ଅକ୍ଷୟ ପରିଜାଙ୍କୁ ଆଉ କିଛି ଦିନ ସମୟ ଦେବା ପାଇଁ ଓକିଲ ଇଡି କାର୍ଯ୍ୟାଳୟରେ ଆବେଦନ କରି ପାରନ୍ତି ବୋଲି ସୂଚନା ରହିଛି ।

 Akshay Parija

ସୂଚନାଥାଉ ଯେ, ଅକ୍ଷୟଙ୍କୁ ଜଣେ ଆଇନଜୀବୀ ଭାବେ ପରିଚୟ ଦେଇଥିଲା ଅର୍ଚ୍ଚନା ନାଗ୍ । ଜଣେ ଯୁବତୀଙ୍କ ସହ ତାଙ୍କର ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଥିବା ଦାବି କରିଥିଲା । ସେହି ଯୁବତୀ ତାର ମହକିଲ ବୋଲି ଦାବି କରିଥିଲା ଅର୍ଚ୍ଚନା । ଟଙ୍କା ନଦେଲେ ଯୁବତୀ ଜଣଙ୍କ ତାଙ୍କ ବିରୋଧରେ ଥାନାକୁ ଯିବେ ବୋଲି ଅକ୍ଷୟଙ୍କୁ ଧମକାଇଥିଲା । ନହେଲେ ସମ୍ମାନହାନି କରିବାର ଓ କ୍ୟାରିୟର ନଷ୍ଟ କରିଦେବାର ଧମକ ଦେଇଥିଲା । ସମ୍ମାନହାନି ଭୟରେ ବୁଝାମଣା କରିବାକୁ ରାଜି ହୋଇଥିଲେ ଅକ୍ଷୟ ପରିଜା । ଏଥିପାଇଁ ଭୁବନେଶ୍ୱରର ସ୍ୟାଣ୍ଡି ଟାୱାରରେ ଅର୍ଚ୍ଚନା ସହ ଭେଟ ହେଲା । ମାମଲା ରଫାଦଫା କରିବା ପାଇଁ ୩ କୋଟି ଟଙ୍କା ଦାବି କରିଥିଲା ଅର୍ଚ୍ଚନା । ଟଙ୍କା ନଦେଲେ ଖଣ୍ଡ ଖଣ୍ଡ କରି କାଟିଦେବା ସହ ଭୁବନେଶ୍ୱର ବାହାରକୁ ଯାଇ ପାରିବେ ନାହିଁ ବୋଲି ଅର୍ଚ୍ଚନା ଧମକ ଦେଇଥିବା ଅକ୍ଷୟ ପରିଜା FIRରେ ଉଲ୍ଲେଖ କରିଛନ୍ତି ।

ତେବେ ପୂର୍ବରୁ ୬ଟି ସ୍ଥାନରେ ଇଡି ଏକକାଳୀନ ଚଢ଼ାଉ କରିଥିଲା । ଅର୍ଚ୍ଚନା ନାଗଙ୍କ କଳାହାଣ୍ଡି କେସିଙ୍ଗା ସ୍ଥିତ ପୈତୃକ ବାସଭବନରେ ଇଡିର ଚଢ଼ାଉ କରିଥିଲା । ସେହିପରି ବାଲେଶ୍ୱର, କଟକରେ ବି ଇଡିର ଚଢ଼ାଉ କରିଥିବା ନେଇ ସୂଚନା ରହିଥିଲା । ଅର୍ଚ୍ଚନା ନାଗଙ୍କ ଭୁବନେଶ୍ୱର ସତ୍ୟବିହାର ଘରେ ମଧ୍ୟ ଇଡିର ଚଢ଼ାଉ କରିଥିଲା । ସୂଚନାଯୋଗ୍ୟ, କମିସନରେଟ ପୋଲିସ ପକ୍ଷରୁ ୨ଟି ଏତଲାର କପି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ହସ୍ତାନ୍ତର କରାଯାଇଥିଲା । ମିଳିଥିବା ସୂଚନା ଅନୁସାରେ କମିସନରେଟ ପୋଲିସ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଏତଲାର କପି ଇଡିକୁ ହସ୍ତାନ୍ତର କରିଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Archana Nag Blackmailing Case: Akshay Parija Skips ED Summons
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X