୧୧ରେ କଳାଧନ ସଂପର୍କିତ ବୈଠକର ସମୀକ୍ଷା କରିବେ ଅରିଜିତ ପଶାୟତ

ଓଡିଶାରେ ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ । କଳାଧନ ବିଷୟରେ ଗଠିତ ଏସଆଇଟି ଉପାଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଜଷ୍ଟିସ ପଶାୟତ । ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଆଜି ଅପରାହ୍ଣରେ ସେ ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଗଣତି ପାଇଁ ଗଠିତ ସ୍ୱତନ୍ତ୍ର କମିଟି ସହ ବୈଠକ କରିବେ ।

Arijit Pashayat

ରାଜ୍ୟ ସରକାର ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତଙ୍କ ନେତୃତ୍ୱରେ ଏକ ୧୨ ଜଣିଆ କମିଟି ଗଠନ କରିଛନ୍ତି । ରତ୍ନଭଣ୍ଡାର କମିଟି ସହ ରତ୍ନଭଣ୍ଡାର ଅନୁଧ୍ୟାନ ସଂପର୍କରେ ଆଲୋଚନା କରିବେ ବୋଲି ଜଣାପଡିଛି । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ସେହିପରି ଆସନ୍ତା ୧୧ ତାରିଖରେ କଳାଧନ ସଂପର୍କିତ ବୈଠକରେ ସମୀକ୍ଷା କରିବେ । ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଏହି ବୈଠକକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଭାରତୀୟ ନିର୍ବାଚନ କମିସନଙ୍କ ପକ୍ଷରୁ ଏହି ବୈଠକରେ ୨୪ ନିର୍ବାଚନରେ କଳାଟଙ୍କା ରୋକିବା ପାଇଁ କଣ ସବୁ ପଦକ୍ଷେପ ନିଆଯିବ ସେ ଉପରେ ଆଲୋଚନା ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+