ପଦ୍ମ ଧରିଲେ ଅରିନ୍ଦମ; ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ମିଶିଲେ

ପଦ୍ମ ଧରିଲେ ଅରିନ୍ଦମ । ଏହି କିଛି ସମୟ ଧରି ବିଜେଡ଼ି ଛାଡିଥିବା ଅରିନ୍ଦମ ବିଜେପିରେ ସାମିଲ ହୋଇଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ । ଗୋପାଳପୁର ବିଧାୟକ ପ୍ରଦୀପ ପ୍ରାଣିଗ୍ରାହୀ ପ୍ରମୁଖ ଉପସ୍ଥିତି ଥିଲେ ।

ବିଜେଡି ସାଂଗଠନିକ ସମ୍ପାଦକ ବବି ଦାସଙ୍କ ଭିଣୋଇ ଅରିନ୍ଦମ ରାୟ, ବିଜେଡି ଛାଡିବାକୁ ନେଇ କଟକ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଥିଲା ।

Arindam Roy

ସୂଚନା ଅନୁଯାୟୀ, ସେହିପରି କିଛି ମାସ ପୂର୍ବରୁ ଗଣମାଧ୍ୟମ ସାମ୍ନାରେ ଅରିନ୍ଦମ ମଧ୍ୟ ନିଜର ଅସନ୍ତୋଷ ଜାହିର କରିଥିଲେ । ଦଳ ଯଦି ତାଙ୍କୁ ଆବଶ୍ୟକ କରୁନାହିଁ, ତେବେ ସେ ଦଳରେ କାହିଁକି ରହିବେ ବୋଲି କହିଥିଲେ । ସେତେବେଳେ ଚର୍ଚ୍ଚା ଆରମ୍ଭ ହୋଇଥିଲା ଯେ, ଅରିନ୍ଦମ ବିଜେଡି ଛାଡି ପାରନ୍ତି ।ବିଜେପିରେ ମିଶିବା ପରେ ବିଜେଡିକୁ ଟାର୍ଗେଟ କଲେ ଅରିନ୍ଦମ । ସେଠି ଆଉ କାମ କରିବାର ସୁଯୋଗ ନାହିଁ ବୋଲି କହିଲେ । ସେ ଦଳର ସାଚୁରେସନ ଆସିଗଲାଣି, ଆଉ ଫଙ୍କସନ୍‌ ନାହିଁ । ସେଠି କାମ କରିବାର ଶୈଳୀ ବଦଳି ଗଲାଣି, ଖାପଖୁଆଇ ପାରିଲିନି ।

ସେଠି କାମ କରିବା ସୁଯୋଗ ନାହିଁ, ସେଠି ମୋର ଜାଗା ଥିବା ଭାବିଲିନି । ସେମାନେ ମୋତେ ବହୁତ କାମ କରାଇଛନ୍ତି, ଆଉ କାମ ସୁଯୋଗ ନାହିଁ । ଦଳର ନେତାଙ୍କୁ ଭେଟିବା ଏବେ ଇମ୍ପସିବୁଲ ହୋଇଗଲାଣି ବୋଲି କହିଲେ ଅରିନ୍ଦମ। ଯଦି ନେତାଙ୍କୁ ଭେଟିପାରିବୁନି, ଆଉ ସେଠି ରହିବା ଆବଶ୍ୟକ ନାହିଁ ବୋଲି ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+