ଓଡ଼ିଶାରେ ପହଞ୍ଚିଲେ ଅଶ୍ୱିନୀ ବୈଷ୍ଣବ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଲେ ଧନ୍ୟବାଦ, କହିଲେ ମହାପ୍ରଭୁଙ୍କ ଆଶୀର୍ବାଦରୁ ସୁଯୋଗ

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଉ ଓଡ଼ିଶାରେ ପହଞ୍ଚିଲା ପରେ ଅଶ୍ୱିନୀଙ୍କୁ ସ୍ୱାଗତ କରିଛନ୍ତି ବିଜେପି ନେତା ଓ କର୍ମୀ । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଅଶ୍ୱିନୀ ବୈଷ୍ଣବ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଏଭଳି ସୁଯୋଗ ମିଳିଛି ବୋଲି ସେ କହିଛନ୍ତି ।

ବୈଷ୍ଣବ କହିଛନ୍ତି, ମୁଁ ବିଜେପିର ଜଣେ ଶୃଙ୍ଖଳିତ କର୍ମୀ । ମୋର ସାର୍ବଜନିକ ଜୀବନର ସମସ୍ତ ନିର୍ଣ୍ଣୟ ଦଳ ନିଏ । ଭାରତୀୟ ଜନତା ପାର୍ଟିର ମୁଁ ଜଣେ ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା । ଦଳର ସବୁ ନିର୍ଣ୍ଣୟ ପାର୍ଟି ନେଇଥାଏ । ପ୍ରଧାନମନ୍ତ୍ରୀ ମୋତେ ଆଉ ଥରେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ମୁଁ ତାଙ୍କୁ କୃତଜ୍ଞତା ଜଣାଉଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ।

ବିଜେପି ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଆଜି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିବା ବେଳେ ତାହାକୁ ସମର୍ଥନ ଜଣାଇଛି ବିଜେଡି । ଫଳରେ ଏପର ବି ବିଜେଡି ସମର୍ଥନରେ ଅଶ୍ୱିନୀ ରାଜ୍ୟସଭା ଯିବାକୁ ରାସ୍ତା ପରିଷ୍କାର ହୋଇଛି ।

Ashwini Vaishnaw

ରାଜନୈତିକ ହଟଚମଟ ମଧ୍ୟରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବିମାନ ବନ୍ଦରରେ ତାଙ୍କୁ ସ୍ୱାଗତ ଜଣାଇବାକୁ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ । ଏଥର ବି ଅଶ୍ୱିନୀଙ୍କୁ ସମର୍ଥନ ଜଣାଇଥିବା ନେଇ ବିଧିବଦ୍ଧ ଭାବେ ଘୋଷଣା କରିଛି ବିଜେଡି । ସେହିପରି ଆସନ୍ତାକାଲି ସେ ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି ।

ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ ତଳେ ବିଜେଡି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ତେବେ ତୃତୀୟ ପ୍ରାର୍ଥୀ କିଏ ହେବ ତାକୁ ନେଇ ସସପେନ୍ସ ଜାରି ରହିଥିଲା। ତେବେ ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ଆଉ ଆଜି ସେହି ଚର୍ଚ୍ଚାର ଅନ୍ତ ଘଟିଛି । ଅଶ୍ୱିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+