ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଏ.ଏସ.ଆଇ

ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଆସନ୍ତା ୧୮ ସେପ୍ଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ ।

Puri temple

ଏନେଇ ଏ.ଏସ୍.ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ତଦନୁସାରେ, ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଂଚ (preliminary inspection and technical survey) ଅନୁଷ୍ଠିତ ହେବ। ଏ.ଏସ୍.ଆଇ ର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ। ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ କୋଠରୀକୁ ସ୍ଥାନାନ୍ତରଣ ଏବଂ ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି। ତାପରେ ଏ.ଏସ୍.ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା । ଏହା ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇକୁ ଅନୁରୋଧ କରାଯାଇଥିଲା। ପୂର୍ଣାଙ୍ଗ ଅତ୍ଯାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏ.ଏସ୍.ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ଯ ଅବିଳମ୍ବେ ସାରିବାକୁ ମୁଖ୍ଯ ପ୍ରଶାସକ ଅନୁରୋଧ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+