ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା
Assam CM Himanta Biswa Sarmal: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଏଥର ବିଜେପି ଫୋକସରେ ରହିଛି ଓଡ଼ିଶା, ନିର୍ବାଚନ ପ୍ରଚାରକୁ ଶାଣିତା କରିବା ସହ ରାଜ୍ୟ ବିଜେପି କର୍ମୀଙ୍କ ଉତ୍ସାହ ଏବଂ ନିର୍ବାଚନକୁ ନେଇ ରୋଡମ୍ୟାପ୍ ପ୍ରସ୍ତୁତ କରିବା ପାଇଁ ଓଡ଼ିଶା ଆଶୁଛନ୍ତି ହିମନ୍ତ ବିଶ୍ୱଶର୍ମା ।
ଅପରାହ୍ନ ୨ଟା ୩୦ ମିନିଟରେ ଭୁବନେଶ୍ୱର ସ୍ୱସ୍ତି ପ୍ରିମିୟମ ହୋଟେଲରେ 'ବିଶେଷ ସମ୍ପର୍କ ଅଭିଯାନରେ' ଯୋଗ ଦେବେ ଆସାମ ମୁଖ୍ୟମନ୍ତ୍ରୀ । ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

ଗତ ମେ ୯'ତାରିଖରେ ମଧ୍ୟ ଆସାମ ମୁଖ୍ୟମନ୍ତ୍ରୀ Himanta Biswa Sarma ଓଡ଼ିଶା ଗସ୍ତରେ ଆସିଥିଲେ । ସେହି ସମୟରେ ସେ ଚିତ୍ରକୋଣ୍ତା ନିର୍ବାଚନମଣ୍ତଳୀ ଅନ୍ତର୍ଗତ ମାଥିଲି, ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଏବଂ ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ତଳୀ ଅନ୍ତର୍ଗତ ଏମଭିଭି-82 ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଯେଉଁଠି ଆସାମ ମୁଖ୍ୟମନ୍ତ୍ରୀ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଥିଲେ ।












Click it and Unblock the Notifications