ଆଜି ଠାରୁ ଆରମ୍ଭ ବିଧାନସଭା ବଜେଟ୍ ଅଧିବେଶନ
ବଜେଟ୍ ଅଧିବେଶନ: ଆଜି ଠାରୁ ଆରମ୍ଭ ବିଧାନସଭାର ବଜେଟ୍ ଅଧିବେଶନ । ଦିନ 11 ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହ । ଏହାପରେ ମୁଖ୍ୟମନ୍ତ୍ରୀ ଗୃହରେ ଶୋକପ୍ରସ୍ତାବ ରଖିବେ । ଫେବ୍ରୁଆରୀ 13 ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଷୋଡଶ ବିଧାନସଭାର 15 ତମ ଅଧିବେଶନରେ ମୋଟ 7ଟି କାର୍ଯ୍ୟଦିବସ ରହିଛି ।

ଆସନ୍ତା 8 ତାରିଖରେ ଆର୍ଥିକ ବର୍ଷ 2024-25 ପାଇଁ କାମଚଳା ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଏହି ବଜେଟ୍ ପ୍ରାୟ 2 ଲକ୍ଷ 60 ହଜାର କୋଟିର ହୋଇପାରେ । ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବା ବେଳେ, ରାଜ୍ୟପାଳ ରଘୁବର ଦାସ ପ୍ରଥମ ଥର ପାଇଁ ଗୃହରେ ଅଭିଭାଷଣ ରଖିବେ ।
ସ୍ୱଳ୍ପ ଅଧିବେଶନରେ ନୂଆ ଓ ପୁରୁଣା ପ୍ରସଙ୍ଗକୁ ନେଇ ଗୃହ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ଗୃହକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ କରି ଉଭୟ ବିରୋଧୀ ଓ ଶାସକଙ୍କ ସହଯୋଗ ଲୋଡିଛନ୍ତି ।
ବିଧାନସଭା ବଜେଟ୍ ଅଧିବେଶନ ବେଳେ ଆନ୍ଦୋଳନ ଓ ବିକ୍ଷୋଭ ଆଦିକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । 32 ପ୍ଲାଟୁନ ଫୋର୍ସ ମୁତୟନ ହେବାକୁ ଥିବା ବେଳେ, ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଟିମ୍, କ୍ବିକ୍ ଆକ୍ସନ ଟିମ୍, ଡଗ୍ ସ୍କ୍ୱାଡ୍ ସହ ଅଗ୍ନିଶମ ବିଭାଗର ଟିମ୍ ଉପସ୍ଥିତ ରହିବେ । ବିଧାନସଭାରୁ ଆରମ୍ଭ କରି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ତାର ନିକଟବର୍ତ୍ତୀ ରାସ୍ତାରେ ସିସିଟିଭି ଲଗାଯାଇଛି । 5 ଟି ସ୍ଥାନରେ ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍ କରାଯାଇଛି । ଡିସିପି ପ୍ରତୀକ ସିଂଙ୍କ ନେତୃତ୍ୱରେ 8ଜଣ ଅତିରିକ୍ତ ଡିସିପି, 16 ଜଣ ଏସିପିଙ୍କ ସହ 100 ରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ହେବେ । ବିଧାନସଭାକୁ ସଂଯୋଗ କରୁଥିବା 5 ଟି ରୁଟକୁ ଡାଇଭର୍ଟ କରାଯାଇଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications