Assembly Monsoon session: ଆଗତ ହେଲା 2023-24 ଅତିରିକ୍ତ ବଜେଟ୍, କେଉଁ ବିଭାଗକୁ କେତେ ?
Assembly Monsoon session: ବିଧାନସଭା ମୌସୁମୀ ଅଧିବେଶନରେ ଆଗତ ହୋଇଛି 2023-24 ପାଇଁ ଅତିରିକ୍ତ ବଜେଟ । ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ମୋଟ୍ 28 ହଜାର 200 କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି । ଏହା ପରେ ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ ରଖାଯାଇଛି ।

ତେବେ ଆସନ୍ତୁ ଜାଣିବା କେଉଁ ବିଭାଗକୁ ମିଳିଛି କେତେ ?
- ଅତିରିକ୍ତ ବଜେଟରେ ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ବ୍ୟୟବରାଦ କରାଯାଇଛି । ବିପର୍ଯ୍ୟୟ ପରିଚାଳନା ପାଇଁ 4698 କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
- କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ 4067 କୋଟି
- ପଞ୍ଚାୟତିରାଜ ବିଭାଗ ପାଇଁ 4083 କୋଟି ବ୍ୟୟବରାଦ
- ଗଣଶିକ୍ଷା ପାଇଁ 2882 କୋଟି
- ଜଳସଂପଦ ପାଇଁ 2407 କୋଟି
- ଅନୁସୂଚିତ ଜାତି ଓ ଜନଜାତିଙ୍କ ବିକାଶ ପାଇଁ 1355 କୋଟି
- ସ୍ୱାସ୍ଥ୍ୟ ସେବା ଓ ଭିତ୍ତିଭୂମି ବିକାଶ ପାଇଁ 1327 କୋଟି
- ନୂଆ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ଅତିରିକ୍ତ ବଜେଟରେ 1302 କୋଟିର ବ୍ୟୟବରାଦ
- ମିଶନ ଶକ୍ତି ପାଇଁ 783 କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।
- ମେଟ୍ରୋ ରେଳ ପ୍ରକଳ୍ପ ପାଇଁ 210 କୋଟି ଟଙ୍କାର ବ୍ୟୟବରାଦ
- ପରିବହନ ଯୋଜନା 'ଲକ୍ଷ୍ମୀ' ପାଇଁ 556 କୋଟିର ବ୍ୟୟବରାଦ
- ବ୍ଲକସ୍ତରରେ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ 14 କୋଟି ବ୍ୟୟବରାଦ
- ପଞ୍ଚାୟତକୁ ଆଇଟି ସଂଯୋଗୀକରଣ ପାଇଁ 252 କୋଟି
- ପଞ୍ଚାୟତିରାଜ ସଂସ୍ଥା ଦ୍ୱାରା ସ୍କୁଲ ଘର ନିର୍ମାଣ ପାଇଁ 153 କୋଟି
- ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନା ପାଇଁ 110 କୋଟି
- ଓଡ଼ିଶା ମୋଟର ପରିବହନ ଡ୍ରାଇଭର କଲ୍ୟାଣ ପାଇଁ 21 କୋଟି
- ସମ୍ବାଦିକ କଲ୍ୟାଣ ପାଣ୍ଠି ପାଇଁ ଅତିରିକ୍ତ 10 କୋଟି
- ଗ୍ରାମ୍ୟ ଉନ୍ନୟନ ପାଇଁ 897 କୋଟି
- ମଧୁବାବୁ ପେନସନ ଯୋଜନା ପାଇଁ 500 କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି ।
- ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡକ ଯୋଜନା ପାଇଁ 550 କୋଟି ।
- ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ 106 କୋଟି
- ସ୍ମାର୍ଟସିଟି ଯୋଜନାକୁ 100 କୋଟି
More From
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications