ଏହି ସମୟରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ; ଦିନ ୩ଟା ପରେ ସର୍ବସାଧାରଣ ପରିକ୍ରମା

ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନେଇ ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ପରିଚାଳନା କମିଟି ମିଟିଂ ପରେ ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ବୈଠକ ପରେ ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇ କହିଛନ୍ତି, ଆସନ୍ତା ୧୭ତାରିଖ ଦିନ ୧ଟା ୧୫ମିନିଟ୍‌‌ ରୁ ୧ଟା ୩୦ ମିନିଟ୍‌‌ ମଧ୍ୟରେ ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନେଇ ନିଳାଦ୍ରୀ ଭକ୍ତ ନିବାସରେ ଚାଲିଥିବା ବୈଠକ ଶେଷ ହୋଇଛି । ୧ଟା ୩୦ରୁ ୨ଟା ମଧ୍ୟରେ ଯଜ୍ଞ ପୂର୍ଣ୍ଣାହୁତି ଦେବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଏହାପରେ ଦିନ ୨ଟାରୁ ୨ଟା ୩୦ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିକ୍ରମା ପ୍ରକଳ୍ପର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ଦିନ ୨ଟା ୩୦ରୁ ୩ଟା ମଧ୍ୟରେ ସଭାସ୍ଥଳରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଦିନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।

ମୁଖ୍ୟ ପ୍ରଶାସକ କହିଛନ୍ତି ଗୁରୁବାର ରାତି ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବ । ଶୁକ୍ରବାର ସକାଳ ସୁଦ୍ଧା ଏହାକୁ ଓବିସିସି ସଂସ୍ଥା ମନ୍ଦିର ପ୍ରଶାସନକୁ ପରିକ୍ରମା ପ୍ରକଳ୍ପ ହସ୍ତାନ୍ତର କରିବ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ । କାଲି ସକାଳ ସୁଦ୍ଧା ଏହାକୁ ସେମାନେ ହସ୍ତାନ୍ତର କରିବେ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+