ସାଇବର ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ:ଥାନାରେ ମାମଲା ରୁଜୁ
ଅନୁଗୁଳରେ ଥାନା ଅଧିକାରୀଙ୍କୁ ରାତି ଅଧରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ପୁଲିସ ଏ ସମ୍ପର୍କରେ ଏକ ମାମଲା ରୁଜୁ କରି ଘଟଣାର ଛାନ୍ଭିନ ଆରମ୍ଭ କରିଛି । ଅନୁଗୁଳ ସାଇବର ଥାନା ଅଧିକାରୀ ଇନ୍ସପେକ୍ଟର ଖଲେଶ୍ବର ସେଠୀ ଗତ ୧୮ ତାରିଖ ରାତି ପ୍ରାୟ ସାଢ଼େ ୧୧ଟା ବେଳକୁ ଡ୍ୟୁଟି ସାରି ଥାନାରୁ ଫେରୁଥିଲେ । ଏହି ସମୟରେ ବୁଢ଼ୀ ଠାକୁରାଣୀ ଛକ ନିକଟରେ ଏକ ବସ୍ ତାଙ୍କ ଉପରକୁ ମାଡ଼ି ଆସିଥିଲା । ତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରିବାକୁ ଡ୍ରାଇଭର୍ ଉଦ୍ୟମ କରିଥିବା ବେଳେ ଖଲେଶ୍ୱର ରାସ୍ତା କଡ଼କୁ ଚାଲିଯିବାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ।













Click it and Unblock the Notifications