ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର : ମୁଖ୍ୟମନ୍ତ୍ରୀ
ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର । ଆୟୁଷ୍ମାନ ଭାରତ ପାଇଁ MOU ବେଳେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛୁ। ଆୟୁଷ୍ମାନ ଭାରତ ମନ୍ଦିରରେ ଜଣେ ଯୋଗ ଶିକ୍ଷକ ରହିବେ । ସ୍ବାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦେବୁ । ୨୦୧୮ରୁ ସାରା ଦେଶରେ ଆୟୁଷ୍ମାନ ଭାରତ ଲାଗୁ କରାଗଲାଣି । ୩ଟି ରାଜ୍ୟ ରାଜନୈତିକ ହୀନମନ୍ୟତା ପାଇଁ ଲାଗୁ କରି ନଥିଲେ । ଆଜି ଓଡ଼ିଶା ପାଇଁ ଐତିହାସିକ ଦିନ ଶେଷରେ ଏହା ଲାଗୁ ହେବାକୁ ଯାଉଛି ।
ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ। ଏଥିପାଇଁ ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗି ଗୋଟିଏ କାର୍ଡ ଦିଆଯିବ ବୋଲି ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ଅବସରରେ ସୂଚନା ଦେଇଛନ୍ତି। ଆଜି ଏହି ଚୁକ୍ତିନାମା ସ୍ବାକ୍ଷରିତ ହେବା ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଆଜି ବିଜ୍ଞାନ ଭବନରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।

ନୂଆଦିଲ୍ଲୀରେ ରାଜ୍ୟ ଓ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗି ଗୋଟିଏ କାର୍ଡ ଦିଆଯିବ ବୋଲି ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହି ଅବସରରେ ସୂଚନା ଦେଇଛନ୍ତି। ଆଜି ଏହି ଚୁକ୍ତିନାମା ସ୍ବାକ୍ଷରିତ ହେବା ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଆଜି ବିଜ୍ଞାନ ଭବନରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।
ଏକ କୋଟି ପରିବାର ଏବଂ ସାଢେ ତିନି କୋଟି ଲୋକ ଏହାର ଲାଭ ପାଇବେ। ଏଥିରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ରହିବ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି।












Click it and Unblock the Notifications