Ayushman Bharat Yojana: ଆୟୁଷ୍ମାନରେ ମହିଳାଙ୍କୁ ୧୦ ଲକ୍ଷ, ବଡ ଘୋଷଣା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ
ଆସନ୍ତା ଫେବୃଆରୀରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଆଉ ଏହି ଯୋଜନାକୁ ନେଇ ବଡ଼ ଖବର ସାମନାକୁ ଆସିଛି । ଏହି ଯୋଜନାରେ ମହିଳାମାନଙ୍କୁ ୧୦ ଲକ୍ଷର ଚିକିତ୍ସା ସୁବିଧା ମିଳିବ । ବୁଧବାର ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହାଛଡ଼ା ସେ କହିଛନ୍ତି ଯେ ଇ-କେୱାଇସି ଡାଟାବେସକୁ ଆଧାର କରି କାର୍ଡ ଦିଆଯିବ ।

୨୦୨୫ ଫେବୃଆରୀରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଓଡ଼ିଶାରେ ଆସନ୍ତା ଫେବୃଆରୀରୁ ଲାଗୁ ହେବ । ରାଜ୍ୟର ସାଢେ଼ ୩ କୋଟି ଲୋକଙ୍କୁ ସ୍ୱାସ୍ଥ୍ୟକାର୍ଡ ମିଳିବ । ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ । ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ । ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ । ଏହା ଏକ କମନ୍ କାର୍ଡ ହେବ ।
"ରାଜ୍ୟର ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ପ୍ରଦାନ କରାଯିବ। ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ରାଜ୍ୟବାସୀଙ୍କୁ ସାମାଜିକ ନିରାପତ୍ତା ମିଳିପାରିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ସାମାଜିକ ନିରାପତ୍ତା ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ରାଜ୍ୟର ୭୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଏହି କାର୍ଡରେ ସ୍ବାସ୍ଥ୍ୟ ବୀମା ସୁବିଧା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି।
୧ କୋଟି ପରିବାରର ତଥ୍ୟ ସରକାରଙ୍କ ପାଖରେ ରହିଛି । ଫେବୃଆରୀରୁ ଆୟୁଷ୍ମାନ ଲାଗୁ ହେଉଥିବାରୁ ବେଶୀ ଗୁରୁତ୍ୱପୂର୍ଣ୍ଣ । କେନ୍ଦ୍ରୀୟ ଟିମ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ଫେରିଯାଇଛନ୍ତି । ପରିବାରର ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ବୀମା ମିଳିବ । ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ମିଳିବ ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି ।












Click it and Unblock the Notifications