Get Updates
Get notified of breaking news, exclusive insights, and must-see stories!

ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଗୋଟିଏ କାର୍ଡରେ ମିଳିବ: ସ୍ବାସ୍ଥ୍ୟ ମନ୍ତ୍ରୀ

ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU ପରେ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ବିରୋଧୀଦଳରେ ଥିଲା ବେଳେ ଲାଗୁ କରିବାକୁ ଦାବି କରିଥିଲୁ। ସରକାରକୁ ଆସିବା ପରେ ଆମେ ପ୍ରତିଶ୍ରୁତି ପାଳନ କଲୁ । '୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଉପକାର ପାଇବେ। ଗୋପବନ୍ଧୁ ଜନ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଗୋଟିଏ କାର୍ଡରେ ମିଳିବ। ସାରା ଦେଶରେ ଯିଏ ଯେଉଁଠି ଥିଲେ ବି ଏହାର ସୁଯୋଗ ପାଇବେ। ଦେଶର ୩୦ ହଜାର ହସ୍ପିଟାଲ୍‌ରେ ସୁବିଧା ମିଳିବ ବୋଲି କହିଲେ ମୁକେଶ ମହାଲିଙ୍ଗ ।

ଏହି କାର୍ଡ ଦ୍ବାରା ସାରା ଭାରତରେ ଯେକୌଣସି ସ୍ଥାନରେ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ୫ ଲକ୍ଷରୁ ୧୦ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା କରିପାରିବେ।

mukesh mahaling

ସୂଚନା ଅନୁଯାୟୀ ରାଜ୍ୟରେ ଆସନ୍ତା ଫେବ୍ରୁଆରି ମାସରୁ 'ଆୟୁଷ୍ମାନ ଭାରତ' ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆଜି ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହୋଇଛି । ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ । ଗୋଟିଏ କାର୍ଡରେ ଉପଲବ୍ଧ ହେବ ସ୍ୱାସ୍ଥ୍ୟସେବା। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଯୋଜନା । ପୁରୁଣା କାର୍ଡକୁ ହଟାଇ ଖୁବଶୀଘ୍ର ଦିଆଯିବ ନୂଆ କାର୍ଡ। ପୁରୁଣା କାର୍ଡର ପରିବର୍ତ୍ତନ ହେବ ଲୋଗୋ।

ଏକ କୋଟି ପରିବାର ଏବଂ ସାଢେ ତିନି କୋଟି ଲୋକ ଏହାର ଲାଭ ପାଇବେ। ଏଥିରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ରହିବ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+