କାଲିଠୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା, ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ
ଏପ୍ରିଲ ୧୧ ତାରିଖରୁ ଓଡିଶାରେ ଲାଗୁ ହେବ ଆୟୁଷ୍ମାନ୍ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। କଟକ ବାଲିଯାତ୍ରା ପଡିଆରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିବେ ।

କାର୍ଯ୍ୟକ୍ରମରେ ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସଂଦେଓ , ପ୍ରଭାତୀ ପରିଡା ଏବଂ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ରହିବେ। ଶୁଭାରମ୍ଭ ଦିନ ୧୪୦୫ ପ୍ରାଥମିକ ଚିକିତ୍ସାଳୟରେ ଏହି କାର୍ଡ ବଣ୍ଟନ କରାଯିବ। ଏହି ଉପଲକ୍ଷେ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ମନ୍ତ୍ରୀ ଉପସ୍ଥିତ ରହିବେ। ୧୩ ଜିଲ୍ଲାରେ ମନ୍ତ୍ରୀ ମାନଙ୍କ ଦ୍ଵାରା ଏହି ଯୋଜନାର ଶୁଭାରମ୍ଭ ହେବ। କେନ୍ଦ୍ରାପଡାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନୟାଗଡରେ ସୁରେଶ ପୂଜାରୀ , ନବରଙ୍ଗପୁରରେ ରବି ନାରାୟଣ ନାଏକ , ଢେଙ୍କାନାଳରେ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ଆୟୁଷ୍ମାନ୍ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।
-
ଭୁବନେଶ୍ୱରରେ ଐତିହାସିକ ମୁହୂର୍ତ୍ତ: କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇନ୍ଡୋର ଆଥଲେଟିକ୍ସ ଚାମ୍ପିୟନସିପ୍-୨୦୨୬ ଉଦ୍ଘାଟିତ -
ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ -
ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ -
୨୭ ଦିନରେ ଆମେରିକା-ଇରାନ ଯୁଦ୍ଧ -
Adani ଓ Youth4Jobsର ବଡ଼ ଉଦ୍ୟମ: ଭିନ୍ନକ୍ଷମ ଫଟୋଗ୍ରାଫରଙ୍କ ପାଇଁ Global Ability Photography Challenge 2026 ଆରମ୍ଭ







Click it and Unblock the Notifications