ମହାପ୍ରଭୁଙ୍କ ଆଶିଷ ନେଲେ ବାଗେଶ୍ବର ବାବା, ପିତ୍ତଳର ଗଦା ଉପହାର

ଶ୍ରୀମନ୍ଦିର ଆସି ମହାପ୍ରଭୁ ଜଗନ୍ନାଥ ଦର୍ଶନ କରିଛନ୍ତି ବାଗେଶ୍ୱର ଧାମ ବାବା । ବାବା ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଶ୍ରୀମନ୍ଦିରରେ ଆଜି ୧ଘଣ୍ଟାରୁ ଅଧିକ ସମୟ ରହିଥିଲେ । ମହାପ୍ରଭୁଙ୍କ ଆଶୀର୍ବାଦ ନେବା ସହ ସେ ସବୁ ଦେବଦେବୀଙ୍କ ଦର୍ଶନ କରିଥିଲେ ।

ଜଗନ୍ନାଥ ଦର୍ଶନ ଅନୁଭୂତି ଖୁବ ସୁନ୍ଦର ରହିଛି ବୋଲି ସେ କହିଥିଲେ । ଜାନୁଆରୀ ୨୨ରେ ହେବାକୁ ଯାଉଥିବା ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ସମସ୍ତ ଭାରତୀୟଙ୍କ ବିଜୟ ବୋଲି କହିଥିଲେ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ମା ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପରେ ଶ୍ରୀମନ୍ଦିର ଭିତରେ ଥିବା ସାକ୍ଷୀଗୋପାଳ ମନ୍ଦିରରେ ବସି ମହାପ୍ରସାଦ ସେବନ କରିଥିଲେ ବାବା ।

ତେବେ ଶ୍ରୀମନ୍ଦିର ଯିବା ପୂର୍ବରୁ ସେ ସିଂହଦ୍ୱାର ଠାରେ ନିଜ କଠାଉ ରଖିଦେଇ ଯାଇଥିବା ବେଳେ ତାହାକୁ ମୁଣ୍ଡରେ ଛୁଇଁ ଦର୍ଶନ କରିବାକୁ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା ।

Bageshwar Baba

ବାଗେଶ୍ୱର ବାବାଙ୍କ ଆସିବା ଖବର ଶୁଣି ତାଙ୍କୁ ଦେଖିବା ପାଇଁ ଶ୍ରୀମନ୍ଦିର ଓ ସିଂହଦ୍ୱାରରେ ପ୍ରବଳ ଭିଡ ଜମିଥିଲା । ଏପରିକି ସିଂହଦ୍ୱାର ଠାରେ ଏକପ୍ରକାର ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା ।

ସେପଟେ ହନୁମାନ ସାଧକ ବାବା ବାଗେଶ୍ୱରଙ୍କୁ ଧବଳେଶ୍ବରଙ୍କ ପୂଜକ ସିତେଶ ପତ୍ରି ଏକ ପିତ୍ତଳର ଗଦା ଉପହାର ଦେଇଥିଲେ । ଯାହାର ଓଜନ ପ୍ରାୟ ସାଢ଼େ ଛଅ କିଲୋ ଓ ମୂଲ୍ୟ ୧୨ହଜାର ଟଙ୍କା ହେବ ବୋଲି ଶିତେଶ କହିଥିଲେ । ବାବା ଓଡ଼ିଶା ଆସିଲେ ସେ ଏହାକୁ ବାବାଙ୍କୁ ଦେବାପାଇଁ ଟାଙ୍ଗୀସ୍ଥିତ ଭଟିମୁଣ୍ଡାରେ ତିଆରି କରାଇଥିଲେ ।

ସୂଚନା ଥାଉକି, ରବିବାର ଭୁବନେଶ୍ବରରେ ପହଞ୍ଚିଥିଲେ ବାଗେଶ୍ବର ବାବା । ଏହାପରେ କଡ଼ା ସୁରକ୍ଷାରେ ଭିତରେ ସେ ପୁରୀ ଯାଇଥିଲେ । ସେଠାରେ ମହାପ୍ରଭୁଙ୍କ ଦର୍ଶନ କରିଥିବାବେଳେ ତାଙ୍କୁ ଦେଖିବା ପାଇଁ ଲାଗିଥିବା ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+