Get Updates
Get notified of breaking news, exclusive insights, and must-see stories!

ମଡ଼େଲ ସ୍କୁଲ ହେବ ବାହାନଗା ହାଇସ୍କୁଲ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Bahanaga High School

ଭୁବନେଶ୍ୱର: ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଶରୀରକୁ ରଖାଯାଇଥିବା ବାହାନଗା ହାଇସ୍କୁଲର ହେବ ପୁନଃ ନିର୍ମାଣ । ଏହି ସ୍କୁଲକୁ ଭାଙ୍ଗିବା ଆରମ୍ଭ କରିଛି ପ୍ରଶାସନ । ବାହନଗା ହାଇସ୍କୁଲ ତଥା ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ଘରକୁ ସମ୍ପୂର୍ଣ୍ଣ ଭଙ୍ଗାଯିବ । 5T ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ନିର୍ମାଣ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି ।

ସୂଚନାଥାଉକି, ଗତ 2 ତାରିଖରେ ବାହନଗା ରେଳ ଷ୍ଟେସନରେ ଭୟଙ୍କର ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେହକୁ କିଛି ସମୟ ପାଇଁ ବାହାନଗା ହାଇସ୍କୁଲରେ ରଖାଯାଇଥିଲା । ପରେ ମୃତଦେଗୁଡ଼ିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି । ପିଲାମାନେ ସ୍କୁଲ ଯିବାକୁ ଡରୁଥିବାରୁ ଅଭିଭାବକ ମାନେ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ । ସ୍କୁଲଘର ଭାଙ୍ଗି ଏହାର ପୁନଃନିର୍ମାଣ ପାଇଁ ବିଭିନ୍ନ ମହଲରେ ଦାବି ହୋଇଥିଲା ।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, 5T ସଚିବ ଭିକେ ପାଣ୍ଡିଆନ, ସ୍କୁଲ ଓ ଗଣଶିକ୍ଷା ସଚିବ ଏସ୍. ଅଶ୍ୱଥୀ ଭିଡିଓ କନଫରେନ୍ସିଂ ଜରିଆରେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ପଞ୍ଚାୟତ ପ୍ରତିନିଧି, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ସମସ୍ତଙ୍କର ମତାମତ ନିଆଯାଇଥିଲା ।

ଛାତ୍ରଛାତ୍ରୀ, ଅଭିବାବକ ଓ ଶକ୍ଷକ ଶିକ୍ଷୟିତ୍ରୀଙ୍କ ମନରେ ସେ ଦିନର ଦୃଶ୍ୟ ଏବେବି ଭୟ ସୃଷ୍ଟି କରୁଛି ଏବଂ ସେମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ତେଣୁ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ବାହାନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲଘର ଭାଙ୍ଗି ପୁନଃନିର୍ମାଣ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା । ଏହା ପରେ ସ୍କୁଲ ପୁନଃନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+