Get Updates
Get notified of breaking news, exclusive insights, and must-see stories!

ବାହାନଗା ଟ୍ରେନ ଦୁର୍ଘଟଣା: ୩ ଅଭିଯୁକ୍ତ କୋର୍ଟରେ ହାଜର, ରିମାଣ୍ଡରେ ନେବା ପାଇଁ ଆବେଦନ କରିପାରେ ସିବିଆଇ

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ସିବିଆଇ ୩ ଜଣଙ୍କୁ ଗିରଫ କରିଛି । ଏହି ତିନି ଅଭିଯୁକ୍ତଙ୍କୁ କ୍ୟାପିଟାଲ ଡାକ୍ତରଖାନାରେ ଡାକ୍ତରୀ ଯାଞ୍ଚ ପରେ ସିବିଆଇ କୋର୍ଟରେ ହାଜର କରାଯାଇଛି । ସିବିଆଇ କୋର୍ଟରେ ରିମାଣ୍ଡ ନେଇ ଆବେଦନ କରିପାରନ୍ତି ଅଧିକାରୀ ।

ତେବେ ଗିରଫ ହୋଇଥିବା ତିନି ଅଭିଯୁକ୍ତ ହେଲେ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଞ୍ଜିନିୟର ଅମିର ଖାଁ, ଟେକନିସିଆନ ପପୁ କୁମାରଙ୍କୁ ଗିରଫ କରିଛି ସିବିଆଇ । ତିନି ଜଣଙ୍କୁ ସିଆରପିସିର ଧାରା ୩୦୪ ଅର୍ଥାତ ହତ୍ୟାକାଣ୍ଡ ପାଇଁ ଦାୟୀ ଓ ଧାରା ୨୦୧ ଅର୍ଥାତ ଅପରାଧିକ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ଗିରଫ କରିଛି ସିବିଆଇ ।

Bahanaga Train Accident

ମିଳିଥିବା ସୂଚନା ଅନୁସାରେ ୩ ଅଭିଯୁକ୍ତଙ୍କ ବିରୋଧରେ ଜାଣିଶୁଣି ମୃତ୍ୟୁ ମୁହଁକୁ ଠେଲିଦେବା ଓ ଅପରାଧ ଘଟାଇ ପ୍ରମାଣ ନଷ୍ଟ ପରି ଅଭିଯୋଗ ଲଗାଇଛି ସିବିଆଇ। ତେବେ ଏହି ମାମଲାରେ ଆଉ କାହାକୁ ସିବିଆଇ ଗିରଫ କରିବ, ତାହା ଆଗାମୀ ଦିନରେ ଦେଖିବାକୁ ମିଳିବ।

ଉଲ୍ଲେଖଥାଉ କି, ଗତ ଜୁନ୍ ମାସ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା । ସାଲିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍‌ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା । ଠିକ୍‌ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍‌ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍‌ । ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ । ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା ।

ତେବେ ଦୁର୍ଘଟଣା କେମିତି ହେଲା, ଦୁର୍ଘଟଣା ପାଇଁ ଦାୟୀ କିଏ, ତାର ତଦନ୍ତ କରୁଥିଲା ସିବିଆଇ । ସିବିଆଇର ସ୍ୱତନ୍ତ୍ର ଟିମ୍ ଏକାଧିକ ଥର ବାହାନଗା ଆସି ଦୁର୍ଘଟଣାସ୍ଥଳ ଓ ରିଲେ-ରୁମରେ ତଦନ୍ତ କରିଥିଲେ । କର୍ମଚାରୀମାନଙ୍କୁ ପଚରା ଉଚୁରା କରିଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+