ବାହାନଗା ଟ୍ରେନ୍ ଟ୍ରାଜେଡି:ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମୃତଙ୍କ ପରିବାରକୁ ମିଳିବ ୫ ଲକ୍ଷ

ବାଲେଶ୍ୱର: ବାହାନଗା ଟ୍ରେନ୍ ଟ୍ରାଜେଡି । ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି । ସେହିପରି ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା ଦିଆଯିବ ।

ସେହିପରି ମୃତକଙ୍କ ପରିବାରବର୍ଗଙ୍କ ପାଇଁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ସମସ୍ତ ଆହତଙ୍କର ଚିକିତ୍ସା ମାଗଣାରେ କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

cm naveen patnaik

ସୂଚନାଥାଉ ଯେ, ଶୁକ୍ରବାର ରାତିରେ ଘଟିଥିବା ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୧୮୮ ଜଣଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ମଧ୍ୟ ଅନେକ ଲୋକଙ୍କର ଚିକିତ୍ସା ଜାରି ରହିଛି । ସେହିପରି ୭୯୩ ଜଣଙ୍କୁ ଡିସଚାର୍ଜ କରାଯାଇ ସରିଛି । ସମସ୍ତ ଆହତଙ୍କୁ ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗାଇ ଦିଆଯିବ ।

ସେପଟେ ଟ୍ରେନ୍ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+