ରଥାରୂଢ ହେଲେ ମହାପ୍ରଭୁ ଜଗନ୍ନାଥ, ଜନ୍ମବେଦୀ ଛାଡି ରତ୍ନବେଦୀ ଯିବେ ମହାବାହୁ
ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଛି ଗୋଟି ପହଣ୍ଡି । ପହଣ୍ଡିରେ ରଥାରୂଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି ।
ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଛି ଗୋଟି ପହଣ୍ଡି । ପହଣ୍ଡିରେ ରଥାରୂଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି ।

ହରିଶୟନ ଏକାଦଶୀରେ ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା ପାଇଁ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ ପୂଜ ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହୋଇଛି । ସୂର୍ଯ୍ୟପୂଜା ସକାଳ ୫ଟା ୩୦ରେ ସରିଥିବା ଗୋପାଳ ବଲ୍ଲଭ ଓ ସକାଳ ଧୂପ (ଖେଚୁଡ଼ି ଭୋଗ) ୫ଟା ୪୫ରେ ଶେଷ ହୋଇଛି । ସେନାପଟା ଲାଗି ୭ଟାରୁ ୧୧ଟା ୩୦ ମଧ୍ୟରେ ହେବାକୁ ଥିବାବେଳେ ମଙ୍ଗଳାର୍ପଣ ଦିନ ୧୧ଟା ୪୫, ବାହୁଡ଼ା ପହଣ୍ଡି ଦିନ ୧୨ଟାରୁ ୨ଟା ୩୦ ମଧ୍ୟରେ ହେବାକୁ ନୀତି ନିର୍ଘଣ୍ଟ ହୋଇଛି । ସେହିଭଳି ବେଶ ଶେଷ ୧ଟାରୁ ୨ଟା ୩୦ ମଧ୍ୟରେ, ଛେରା ପହଁରା ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ହେବ । ବେଳେ, ଦ୍ୱାରପାଳ ପୂଜା ୫ଟା ୪୦ରେ ଓ ବେଶ ଶେଷ ସରିଛି ।
ଚାରମାଳ ଫିଟା ଓ ଘୋଡ଼ା ଲାଗିବା ୩ଟାରୁ ୪ଟା ମଧ୍ୟରେ ସରିବା ପରେ ଅପରାହ୍ଣ ୪ଟାରୁ ରଥଟଣା ଆରମ୍ଭ ହେବ । ରଥଟଣା ସରିବା ପରେ ଅନ୍ୟାନ୍ୟ. ନୀତିକାନ୍ତି କରାଯିବ । ବୁଧବାର, ଦ୍ୱାଦଶୀ, ବଡ଼ ତଡ଼ାଉ ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ପ୍ରାତଃ ୬ଟାରୁ ୬ଟା ୩୦ ମଧ୍ୟରେ ୩ ରଥରେ ମଙ୍ଗଳ ଆଳତି ସମ୍ପନ୍ନ ହେବ । ମଇଲମ-ତଡ଼ପଲାଗି ସକାଳ ୭ଟା, ଅବକାଶ ୮ଟା ଓ ବେଶଶେଷ ୯ଟା ସୁଦ୍ଧା ସରିବ ।












Click it and Unblock the Notifications