Bahuda Yatra 2024: ପହଣ୍ଡି ପରେ କାହିଁକି କରାଯାଇଥାଏ ଛେରା ପହଁରା ସେବା ?
ଶ୍ରୀଜିଉଙ୍କ ଏହି ସ୍ୱତନ୍ତ୍ର ନୀତିକୁ ଦେଖିବା ଲାଗି ଗୁଣ୍ଡିଚା ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କର ଜନ ସମାଗମ ହୋଇଛି । ଗଜପତି ମହାରାଜାଙ୍କ ଛେରା ପହଁରା ନୀତି ମଧ୍ୟରେ ମୁଖ୍ୟତଃ ଦର୍ଶନ, ରାଜନୀତି, ବନ୍ଦାପନା, କର୍ପୂର ବର୍ତକ, ଚାମର, ଆଲଟ ସେବା, ପୟମାଳା ଗ୍ରହଣ ଆଦି ରହିଥାଏ ।
ତିନି ରଥ ଉପରେ ଶ୍ରୀ ବିଗ୍ରହମାନଙ୍କ ପହଣ୍ଡି ବିଜେ ହୋଇ ରଥାରୂଢ ହେବାପରେ ମୁଖ୍ୟ ବିଗ୍ରହମାନଙ୍କ ମଇଲମ ଓ ମାଳଫୁଲ, ଲାଗି ହୋଇଥାଏ ।ଏହାପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜନୈକ ପଦାଧିକାରୀ, ଶ୍ରୀମନ୍ଦିର କମାଣ୍ଡର, ଆବଶ୍ୟକ ସଂଖ୍ୟକ ମନ୍ଦିର ପୁଲିସ ଏବଂ ସରକାରୀ ପୁଲିସ ଶ୍ରୀନଅରକୁ ଯାଇ ବିଧିବଦ୍ଧ ଭାବେ ଗଜପତି ମହାରାଜାଙ୍କୁ ଛେରା ପହଁରା ସେବା କରିବା ପାଇଁ ଖବର ପଠାଇଥାନ୍ତି । ଶ୍ରୀନଅରରେ ଖବର ପଂହଚିବା ପରେ ଗଜପତି ମହାରାଜା ରାଜକୀୟ ବେଶରେ ଆସି ଛେରା ପହଁରା କରିଥାନ୍ତି ।

ଛେରା ପହଁରା ନୀତି ସରିବା ଯାଏଁ ଗଜପତି ମହାରାଜା ଉପବାସ ରହିବା ସଂଗେ ସଂଗେ ଶ୍ରୀନଅର ଅଗଣାରେ ରଖାଯାଇଥିବା କନକ ଦୁର୍ଗା ଠାକୁରାଣୀଙ୍କୁ ପ୍ରଣାମ କରି ଶ୍ରୀନଅର ଅଗଣାରେ ରଖାଯାଇଥିବା ହାତୀଦନ୍ତ ଓ ରୈାପ୍ୟ ନିର୍ମିତ ତାମଯାନରେ ବିଜେ କରିଥାନ୍ତି । ଶ୍ରୀନଅରରୁ ବିଜେ କରିବା ସମୟରେ ବେହେରା ଖୁଂଟିଆ ଆଗରେ ରହିଥାନ୍ତି , କାହାଳୀ ଓ ବଜନ୍ତରୀ ବାଦ୍ୟର ତାଳେତାଳେ ପଟୁଆର ଶୋଭାଯାତ୍ରାରେ ଗଜପତି ରଥ ଆଡକୁ ଆସୁଥିବା ବେଳେ ବଡଦାଣ୍ଡରେ ଅସଂଖ୍ୟ ଭକ୍ତ ହରିବୋଲ ଓ ହୁଳୁହୁଳି ଦେଇ ଠାକୁରମାନଙ୍କର ଜୟଜୟକାର କରିଥାନ୍ତି ।
ସର୍ବପ୍ରଥମେ ବଳଭଦ୍ରଙ୍କ ରଥ ସମ୍ମୁଖରେ ତାମଯାନ ରହେ , ଏବଂ ତାପରେ ଗଜପତି ମହାରାଜ ଉକ୍ତ ରଥ ଉପରକୁ ଉଠିଥାନ୍ତି । ତାଙ୍କ ସାଙ୍ଗରେ ରାଜପରିବାରର ସଦସ୍ୟ ରାଜଗୁରୁ, ଲେଙ୍କା, ବେହେରା ଖୁଂଟିଆ, ଗରାବଡୁ ଓ ଦେଉଳକରଣ ଆଦି ସେବକ ମଧ୍ୟ ରହିଥାନ୍ତି । ରାଜା ଠାକୁରଙ୍କ ସମ୍ମୁଖରେ ଆରତୀ କରି ସୁନା ଚାମର ଆଲଟ ସେବା କରିଥାନ୍ତି । ରାଜଗୁରି ମୁଦୁଲି ସେବକଙ୍କ ଠାରୁ ସୁନା ଖଡିକା ଆଣି ସଂସ୍କାର କରି ଗଜପତିଙ୍କ ହାତକୁ ବଢାଇଥାନ୍ତି । ଏହି କ୍ରମରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଓ ଦେବୀ ସୁଭଦ୍ରାଙ୍କ ରଥ ଉପରେ ଛେରା ପହଁରା ନୀତି ସଂପନ୍ନ ହୋଇଥାଏ । ଛେରା ପହଁରା ସରିବା ପରେ ଗଜପତି ମହାରାଜା ତାମଯାନରେ ପଟୁଆର ସହ ଶ୍ରୀନଅର ଅଭିମୁଖେ ଯାତ୍ରା କରିଥାନ୍ତି ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା












Click it and Unblock the Notifications