ବର୍ଷାରେ ଭିଜିବ ବାହୁଡ଼ା ଯାତ୍ରା, ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ବର୍ଷାର ପ୍ରକୋପ

ଦକ୍ଷିଣ ଝାଡ଼ଖଣ୍ଡ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ରହିଛି । ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିବ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ । ବିଶେଷ କରି ପଶ୍ଚିମ ଓଡ଼ିଶା ଓ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୫ରୁ ୭ ଅଧିକ ବର୍ଷା ସମ୍ଭାବନା ଅଛି । ତା'ପରେ ବର୍ଷା ପରିମାଣ କମିବ । ଏଭଳି ପୂର୍ବାନୁମାନ ଦେଖାଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ବନ୍ୟା ନିୟନ୍ତ୍ରଣ କକ୍ଷର ସୂଚନା ଅନୁସାରେ ରାଜ୍ୟରେ ବନ୍ୟା ସ୍ଥିତିରେ ସୁଧାର ଆସିଛି ।

ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଓ ବୈତରଣୀ ନଦୀର ଜଳସ୍ତର ହ୍ରାସ ପାଇବା ସହ ବିପଦ ସଙ୍କେତ ତଳେ ରହିଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଆସନ୍ତାକାଲି (ଗୁରୁବାର) ବାଲେଶ୍ୱର ଗସ୍ତ କରିବେ । ଏହି ଗସ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଭୋଗରାଇ, ବାଲିଆପାଳ ସହିତ ଆଖପାଖ ବନ୍ୟା ପ୍ରଭାବିତ ଅଞ୍ଚଳ ସ୍ଥିତି ସମୀକ୍ଷା କରିବେ । ପ୍ରଶାସନିକ ପ୍ରସ୍ତୁତି ନେଇ ଆଲୋଚନା କରିବେ ।

Bahuda Yatra gets soaked in rain rain in the state till 7th july

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ୪ ଅଞ୍ଚଳ ସ୍ଥିତି ଅନୁଧ୍ୟାନ କରିବେ । ପୂର୍ବାନୁମାନ କହୁଛି, ୩ ତାରିଖଠାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଏବଂ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

୪ ତାରିଖ ବରଗଡ଼, ବଲାଙ୍ଗୀର ଓ ସୋନପୁରରେ ପ୍ରବଳ ଏବଂ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ୫ରେ ବର୍ଷା ପରିମାଣ ବଢ଼ିପାରେ । ଅନେକ ସ୍ଥାନରେ ବର୍ଷା ସହ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ।

୬ ତାରିଖରେ ଅନେକ ସ୍ଥାନରେ ବର୍ଷା ଏବଂ ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୭ରେ ଅନେକ ଜାଗାରେ ବର୍ଷା ସମ୍ଭାବନା ଥିବାବେଳେ ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ୮ରେ ବର୍ଷା ପରିମାଣ କମିପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+