Get Updates
Get notified of breaking news, exclusive insights, and must-see stories!

ବାହୁଡ଼ା ଯାତ୍ରା : ରଥକୁ ଗୋଟି ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତେ

ପୁରୀ: ନବଦିନାତ୍ମକ ଯାତ୍ରା କରି ଜନ୍ମବେଦୀରେ ଲୀଳାଖେଳା ସାରି ଆଜି ରତ୍ନବେଦୀକୁ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି । ଏ ନେଇ ନୀତିକାନ୍ତି ପରେ ଆରମ୍ଭ ହୋଇଛି ପହଣ୍ଡି । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଦେଇ ଗୋଟି ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତେ । ଶରଧାବାଲିରେ ଛିଡ଼ା ହୋଇଛନ୍ତି ତିନିରଥ ।

Pahandi

ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ପରେ ହୋଇଛି ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ । ଏହା ପରେ ଧାଡ଼ି ପହଣ୍ଡିରେ ଆସି ରଥରେ ବିଜେ କରିଛନ୍ତି ମା ସୁଭଦ୍ରା । ଟାହିଆ ହଲାଇ କାହାଳୀ, ଘଣ୍ଟବାଦ୍ୟରେ ଶରଧାବାଲିରେ ଝୁଲିଝୁଲି ଆସୁଛନ୍ତି ବଡ଼ ଠାକୁର । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି ।

ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । 180 ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ଆଇନ ଶୃଙ୍ଖଳା, ଟ୍ରାଫିକ ଓ ଶୃଙ୍ଖଳିତ ରଥଟଣା ଉପରେ ନଜର ରଖାଯାଇଛି । ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍ ଆପଣାଯାଇଛି । ଜରୁରୀକାଳୀନ ସେବା ପାଇଁ ଗ୍ରୀନ୍ କରିଡର ବ୍ୟବସ୍ଥା ହୋଇଛି । ସୁନାବେଶରେ ମଧ୍ୟ ଭକ୍ତଙ୍କ ସମାଗମକୁ ଲକ୍ଷ୍ୟ ରଖି ସ୍ୱତନ୍ତ୍ର ବ୍ୟାରିକେଡ୍ ଆଦିର ବ୍ୟବସ୍ଥା କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+