Get Updates
Get notified of breaking news, exclusive insights, and must-see stories!

Bahuda Yatra: ବାହୁଡ଼ା ଯାତ୍ରାରେ କ'ଣ ରହିଛି ରୀତିନୀତି ? ବାହୁଡ଼ାରେ କ'ଣ କ'ଣ ହୁଏ ?

ଆଜି ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ । ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁ ଭାଇ ଭଉଣୀଙ୍କ ସହ ରଥରେ ଗୁଣ୍ଡିଚା ଘରୁ ବଡ଼ ଦେଉଳକୁ ଫେରନ୍ତି। ଏହି ଫେରନ୍ତା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ । ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ବା ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ଅର୍ଥାତ ନବମ ଦିବସରେ ଦେବତାମାନଙ୍କୁ ରଥରେ ଅଧିଷ୍ଠିତ କରାଇବେ। ଉକ୍ତ ଦିନ ପ୍ରାତଃ କାଳ ଅତ୍ୟନ୍ତ ସମୃଦ୍ଧିବାନ୍ ଅଟେ । ସେଦିନ ବିଷ୍ଣୁଙ୍କର ପାଳିତ ଦକ୍ଷିଣାମୁଖୀ ଯାତ୍ରା ଅତ୍ୟନ୍ତ ଦୁର୍ଲଭ ।

ସ୍କନ୍ଧ ପୁରାଣ ଅନୁସାରେ ଶ୍ରୀବିଗ୍ରହଙ୍କ ଫେରନ୍ତା ରଥଯାତ୍ରାକୁ ବାହୁଡ଼ା ଯାତ୍ରା ବୋଲି କୁହାଯାଏ । ଏହାସହ ଦକ୍ଷିଣାଭିମୂଖୀ ଯାତ୍ରା ମଧ୍ୟ କୁହାଯାଏ ବୋଲି ପୁରାଣରେ ବର୍ଣ୍ଣିତ ଅଛି । ତେବେ ମହାପ୍ରଭୁଙ୍କ ସମ୍ପୂର୍ଣ୍ଣ ଯାତ୍ରାକୁ ୩ଟି ଅଙ୍ଗ ଭାବେ ଧରାଯାଇଛି । ଯଥା ରଥଯାତ୍ରା, ଗୁଣ୍ଡିଚା ମନ୍ଦିରରେ ବାସ ଦ୍ୱିତୀୟ ଅଙ୍ଗ, ଏବଂ ବାହୁଡ଼ା ଯାତ୍ରା ଅର୍ଥାତ ଶେଷ ଅଙ୍ଗରେ ବର୍ଣ୍ଣିତ କରାଯାଇଛି । ପୂର୍ବକ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ ପର୍ୟ୍ୟନ୍ତ ତୃତୀୟ ଅଙ୍ଗ । ଶାସ୍ତ୍ରୀୟ ବର୍ଣ୍ଣନାନୁସାରେ ରଥଯାତ୍ରା ସମୟରେ ପ୍ରଭୁମାନେ ଉତ୍ତରାଭିମୁଖି ହୋଇ ଯାତ୍ରା କରୁଥିବା ସମୟରେ ସେମାନଙ୍କୁ ଦର୍ଶନ କଲେ ଯେଉଁ ଫଳ ମିଳେ, ବାହୁଡା଼ ଯାତ୍ରାରେ ଦକ୍ଷିଣାଭିମୁଖ ହୋଇ ଯାତ୍ରା କରୁଥିବା ବେଳେ ଠାକୁରମାନଙ୍କୁ ଦର୍ଶନ କଲେ ଠିକ୍ ସେହିପରି ଫଳ ମିଳିଥାଏ। ଏପରିକି ଭକ୍ତମାନେ ଏହି ଦୁର୍ଲଭ ଦର୍ଶନରେ ଅଶ୍ଵମେଧ ଯଜ୍ଞର ଫଳ ଲାଭ କରି ଅନ୍ତକାଳରେ ବୈକୁଣ୍ଠ ପ୍ରାପ୍ତି ହୋଇଥାନ୍ତି ବୋଲି ବିଶ୍ଵାସ କରାଯାଏ।

Bahuda Yatra

ନବମୀ ଦିନ ରାତିରେ ବଡ଼ସିଂହାର , ପହୁଡ଼ ଆଳତି ସରିବା ପରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖରେ ଖଣ୍ଡୁଆ ପକାଇ ପୁଷ୍ପାଳକମାନେ ଗମ୍ଭୀରାରୁ ବାହାରି ଆସିଥାନ୍ତି।
ଏହା ପରେ ଦଇତାପତିମାନେ ଠାକୁରମାନଙ୍କ ଅନ୍ୟାନ୍ୟ ଗୁପ୍ତସେବା କରିବା ସହିତ କୋଠ ସୁଆଁସିଆମାନେ ସିଂହାସନକୁ ଲଗାଇ ଚାରମାଳ ବାନ୍ଧିଥାନ୍ତି। ରାଘବ ଦାସ ମଠ ଦେଇଥିବା ଶୁକ୍ଳ ସଜକୁ ଦଇତା ସେବକମାନେ ଠାକୁରମାନଙ୍କୁ ଲାଗି କରାଇଥାନ୍ତି। ବାହୁଡା଼ ଯାତ୍ରା ଦିନ ସକାଳ ସମୟରେ ମଙ୍ଗଳ ଆଳତି, ଅବକାଶ ଇତ୍ୟାଦି ନୀତି ଭିତରଚ୍ଛ ମହାପାତ୍ର ଓ ପାଳିଆ ପୁଷ୍ପାଳକମାନେ ବଢାଇବା ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ପୂଜାପଣ୍ଡା ଓ ଅନ୍ୟାନ୍ୟ ନୀତି ସମ୍ପୃକ୍ତ ସେବକମାନଙ୍କ ସାହାର୍ୟ୍ୟରେ ପୂଜା ସମାପନ ହୋଇଥାଏ। ଏହା ପରେ ଦଇତାପତିମାନେ ଶ୍ରୀବିଗ୍ରହମାନଙ୍କର ସେନାପଟା ଲାଗି (ଗୁପ୍ତ ନୀତି) କରିଥାନ୍ତି । ଉକ୍ତ କାର୍ୟ୍ୟ ଶେଷ ହେବାପରେ ଶ୍ରୀଗୁଣ୍ଡିଚା ଦିନ ପରି ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକଙ୍କଦ୍ଵାରା ତିନିବାଡ଼ରେ ମଙ୍ଗଳାର୍ପଣ ହୋଇଥାଏ। ତତ୍ପରେ ମୁଦିରସ୍ତ ଡୋରଲାଗି ଓ ପୁଷ୍ପାଞ୍ଜଳି ନୀତି ସମାପନ କରିବା ପରେ ବିଜେ କାହାଳୀ ବାଜେ ଓ ଠାକୁରମାନଙ୍କର ବାହୁଡା଼ ପହଣ୍ଡି ଆରମ୍ଭ ହୋଇଥାଏ। ଶ୍ରୀବିଗ୍ରହମାନେ ଜଗମୋହନ ଦୁଆର ପାଖେ ପହଞ୍ଚିବା କ୍ଷଣି ରାଘବ ଦାସ ମଠ ପ୍ରଦତ୍ତ ଟାହିୟା ଶ୍ରୀମସ୍ତକରେ ଲାଗି କରାଯିବା ସହିତ, ପତି ମହାପାତ୍ର ପ୍ରସାଦ ଲାଗି, ବନ୍ଦାପନା, କର୍ପୂର ଆଳତି, ସାତବତୀ , ସଞ୍ଜ କାହାଳି ଓ ଘସା, ବିଡ଼ିଆ ମଣୋହି କରିଥାନ୍ତି। ଏହି ସମୟରେ ପୁଷ୍ପାଳକ ମହାଜନମାନେ ତୁଳି ଲାଗି ବଢାଇଥାନ୍ତି। ଏହି ନୀତି ପରେ ଠାକୁରମାନେ ଧାଡ଼ି ପହଣ୍ଡିରେ ନିଜ ନିଜର ରଥକୁ ବିଜେ କରିଥାନ୍ତି । ସମସ୍ତ ବିଗ୍ରହ ପହଣ୍ଡି ବିଜେ ହୋଇ ରଥାରୂଢ଼ ହେବାପରେ ରୁନ୍ଧା କାର୍ୟ୍ୟ ବଢିଥାଏ।

ଠାକୁରମାନେ ରଥାରୂଢ଼ ହେବା ପୂର୍ବରୁ ବିଶ୍ଵକର୍ମା ମହାରଣା , ଦରଜୀ ସେବକ, କୋଠ ସୁଆଁସିଆ ପ୍ରଭୃତି ସେବକ ତିନି ରଥର ଆବଶ୍ୟକୀୟ ମରାମତି କାର୍ୟ୍ୟ ପୂର୍ବଦିନରୁ କରି ଦେଇଥାନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଦାଧିକାରୀ ଛେରା ପହଁରା ନିମିତ୍ତ ଗୁଣ୍ଡିଚା ମନ୍ଦିରଠାରୁ ଶ୍ରୀନଅର ଅଭିମୁଖେ ଯାଇଥାନ୍ତି। ସେହି ଦିନ ଗଜପତି ବଡ଼ଶଙ୍ଖଠାରୁ ହସ୍ତୀ, ଛତି, କାହାଳୀ ସହ ବର୍ଣ୍ଣାଢ୍ୟ଼ ଶୋଭାଯାତ୍ରାରେ ଗୁଣ୍ଡିଚା ଘର ନାକଚଣା ଦ୍ଵାରଠାରେ ରହିଥିବା ରଥ ନିକଟକୁ ଆସିଥାନ୍ତି। ସେଠାରେ ଶ୍ରୀଗୁଣ୍ଡିଚା ଦିନ ପରି ତିନି ରଥରେ ଛେରା ପହଁରା କରିଥାନ୍ତି। ଛେରା ପହଁରା ନୀତି ସରିବା ପରେ ଭୋଇ ସେବକମାନେ ରଥରୁ ଚାରମାଳ ଖୋଲିବା ସଙ୍ଗେ ସଙ୍ଗେ ରୂପକାର ସେବକମାନେ ରଥରେ ଘୋଡା଼ ବାନ୍ଧିଥାନ୍ତି। ମହାରଣା ଓ ଭୋଇ ସେବକମନେ ରଥ ଦଉଡି ଲଗାଇବା ପରେ ରଥ ନିର୍ଦ୍ଦେଶକ ଦଳଙ୍କ ପରାମର୍ଶରେ ରଥଟଣା ହୋଇଥାଏ। ବଳଭଦ୍ର ଓ ସୁଭଦ୍ରା ଦେବୀଙ୍କ ରଥଟଣା ହୋଇ ସିଂହଦ୍ଵାରକୁ ଆସିଥାଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+