ଭଙ୍ଗା ହୋଇପାରେ ବୈକୁଣ୍ଠ ଧାମ ଆଶ୍ରମ; ହାଇକୋର୍ଟ ଦେଲେ ବଡ ଝଟକା

ଭୁବନେଶ୍ୱର ଖଣ୍ଡଗିରି ବୈକୁଣ୍ଠଧାମ ଆଶ୍ରମ ପାଇଁ ଅଡୁଆ ବଢିଲା। ଖୁବ ଶୀଘ୍ର ଆଶ୍ରମରେ ଚାଲିପାରେ ବୁଲଡୋଜର। ଆଶ୍ରମର ଜବରଦଖଲ ଉଚ୍ଛେଦ ଉପରେ ଥିବା ଅଙ୍କୁଶକୁ ଓଡିଶା ହାଇକୋର୍ଟ ହଟାଇ ଦେଇଛନ୍ତି।

Baikuntha dham Ashram

ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ। ସମ୍ପୃକ୍ତ ଜମି ଉପରେ ବୈକୁଣ୍ଠ ଧାମ ଟ୍ରଷ୍ଟ ପକ୍ଷରୁ ଯୋଗଶିକ୍ଷା ଦିଆଯାଉଛି ଏବଂ ସେହି ଜମିକୁ ଟ୍ରଷ୍ଟକୁ ହସ୍ତାନ୍ତର କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ସୁପାରିଶ କରାଯାଇଛି ବୋଲି ଆବେଦନକାରୀ ହାଇକୋର୍ଟରେ ଦର୍ଶାଇଥିଲେ।

ସେହି ଆଧାରରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ରୋକ ଲଗାଇଥିଲେ। ତେବେ ଗଣଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପରେ କୋର୍ଟ ଆଜି ନିଜ ଅନ୍ତରୀଣ ନିର୍ଦ୍ଦେଶକୁ ହଟାଇ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+