ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ; ଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା

ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ । ଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତାଳଧ୍ୱଜ ରଥ ।ରଥ ଟାଣିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ନନ୍ଦିଘୋଷ ରଥ ଟଣା ଆରମ୍ଭ ହୋଇଛି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଭକ୍ତଙ୍କ ସହ ସାମିଲ୍ ହୋଇ ରଥ ଟାଣିଛନ୍ତି ଏବଂ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି।

Balabhadra s rath arrives at Sharadhavali

ବଡ଼କଥା ଯେ ଗତକାଲି ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭରୁ ଭୀଷଣ ସମସ୍ୟା ଦେଖାଦେଇଥିଲା। ବାରମ୍ବାର ମୋଡ଼ ନେଇଥିଲା। ଫାଳି ଲାଗିବା ପରେ ବି ବିଶେଷ ପରିବର୍ତ୍ତନ ହୋଇ ନଥିଲା।

ସ୍ଥିତି ଏତେ ଗମ୍ଭୀର ହେଲା ଯେ ରାଜନଅର ଛୁଇଁବା ବେଳକୁ ଘଣ୍ଟାଏରୁ ଅଧିକ ସମୟ ଲାଗି ଯାଇଥିଲା। ଆରମ୍ଭରୁ ମୋଡ଼ ନେଇଥିଲା, ବାରମ୍ବାର ଫାଳି ଲାଗିଥିଲା। ରଥ ମରିଚିକୋଟ ଛକ ଅତିକ୍ରମ କରିବା ବେଳକୁ ଅଢ଼େଇ ଘଣ୍ଟା ବିତିଯାଇଥିଲା। ତେବେ ଆଜି ସେଭଳି କୌଣସି ସମସ୍ୟା ହୋଇନଥିଲା | ଆଜି ସୁରୁଖୁରୁରେ ଯାଇ ଗୁଣ୍ଡିଚା ମନ୍ଦିର ଆଗରେ ପହଂଚିଛି |

ଅନ୍ୟପଟେ ରଥଯାତ୍ରାର ସୁପରିଚାଳନା ନେଇ ବଡ଼ଦାଣ୍ଡରେ ଚାଲି ଚାଲି ରଥଟଣା ତଦାରଖ କରିଛନ୍ତି ଆଇନ ମନ୍ତ୍ରୀ | ଅନ୍ୟପଟେ ରଥଟଣା ବିଳମ୍ବ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ ମହାପ୍ରଭୁଙ୍କ ନିଜ ଇଚ୍ଛାରେ ରଥଯାତ୍ରା ଚାଲିଛି | ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ନେଇ ରାଜନୀତି ନ ହେଉ |

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+